ମୁଖ୍ୟ ଖବର ଦୁର୍ଘଟଣାରେ ଜଣେ ମୃତ Angul OnlineApril 26, 2021April 27, 2021 ଅନୁଗୁଳ – ଅନୁଗୁଳ ସହର ଦେଇ ଯାଇଥିବା ଜାତୀୟ ରାଜପଥ -୫୫ ର ଟ୍ରକ ଆସୋସିଏସନ ଆଗରେ ଆଜି ଏକ ସଡକ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି । ମୃତକ ଜଣଙ୍କ ହେଲେ କୁମଣ୍ଡ ଗାଁର ବାବୁଲି ବେହେରା ବୋଲି ଜଣା ପଡିଛି । ସୂଚନା ଅନୁସାରେ ବାବୁଲି ମୋଟରସାଇକେଲରେ ପିଟିସି ଛକ ଆଡକୁ ଯାଉଥିବା ବେଳେ ପଚ୍ଛରୁ ଏକ ଅଜଣା ଗାଡି ଧକ୍କା ଦେଇ ପଳାଇ ଯାଇଥିଲା । ସ୍ଥାନୀୟ ଲୋକ ବାବୁଲିଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅନୁଗୁଳ ପୁଲିସ ଘଟଣାରେ ଏକ ମାମଲା ରୁଜୁ କରି ତଦନ୍ତ କରୁଛି । Advertisement
ହାତୀ ଆକ୍ରମଣରେ ଦୁଇ ମୃତ – ଜଣେ ଗୁରୁତର ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ପୁଣି ଦୁଇ ଜଣଙ୍କ ଜୀବନ ଯାଇଛି । ବନ୍ତଳା ବନାଞ୍ଚଳ ତଲଗଡ଼ ଗାଁରେ ହାତି ଆକ୍ରମଣ କରିବା ଫଳରେ…
ନାବାଳିକା ଦୁଷ୍କର୍ମକାରୀଙ୍କୁ ୧୦ ବର୍ଷ କାରାଦଣ୍ଡ ଅନୁଗୁଳ – ଅନୁଗୁଳ ଫାଷ୍ଟ ଟ୍ରାକ୍ କୋର୍ଟରେ ଶନିବାର ଜଣେ ୧୬ ବର୍ଷର ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ କରିଥିବା ଅଭିଯୁକ୍ତଙ୍କୁ ୧୦ ବର୍ଷ ସଶ୍ରମ…
କରୋନା ମୃତ୍ୟୁରେ ୧ନମ୍ବର ଅନୁଗୁଳ ଅନୁଗୁଳ – ରବିବାର ମଧ୍ୟ ଅନୁଗୁଳ ଜିଲ୍ଲାର ୫ ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା…