ଆଞ୍ଚଳିକ ଲିଟିଲ ହାର୍ଟସ ପରିଚାଳନା ନିର୍ଦ୍ଦେଶକଙ୍କ ପରଲୋକ Angul OnlineApril 27, 2021April 27, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଲିଟିଲ ହାର୍ଟସ ଟଡ଼ଲର୍ସ ଏକାଡେମୀର ପରିଚାଳନା ନିର୍ଦ୍ଦେଶକ ହେମନ୍ତ ଗୋହିଲଙ୍କ ମଙ୍ଗଳବାର ସକାଳେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା । ସେ ଗତ କିଛିଦିନ ହେଲା ଅସୁସ୍ଥ ଥିଲେ । ସ୍କୁଲ ପରିଚାଳନା ଛଡା ମେଧାବୀ ଛାତ୍ରଛାତ୍ରୀଙ୍କୁ ସହାୟତା, କରଡ଼ାଗାଡ଼ିଆ ଶ୍ମଶାନରେ ସ୍ନାନାଗାର ନିର୍ମାଣ , କୁଇଓ ପ୍ରାଥମିକ ବିଦ୍ୟାଳୟର ଉନ୍ନତିକରଣ , ପ୍ରତିବର୍ଷ ଗରିବ ଛାତ୍ରଛାତ୍ରୀଙ୍କୁ ଲିଖନ ସାମଗ୍ରୀ ବିତରଣ ଆଦି ସମାଜସେବା ଭଳି କାର୍ଯ୍ୟ କରି ଆସୁଥିଲେ । ସେ ଜଣେ ସରଳ, ମିଷ୍ଟଭାଷୀ ବ୍ୟକ୍ତି ଭାବେ ସେ ସ୍ଥାନୀୟ ଅଞ୍ଚଳରେ ବେଶ୍ ପରିଚିତ ଥିଲେ । ସ୍ୱର୍ଗତ ଗୋହିଲଙ୍କ ପରଲୋକରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । Advertisement
ଜିଲ୍ଲାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ – ସମାଧାନ ଦାବିରେ ଅନଶନ ଅନୁଗୁଳ – ଅନୁଗୁଳ ଜିଲ୍ଲାର ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ସମାଧାନ ପାଇଁ ୧୧ଦଫା ଦାବିରେ “ଅନୁଗୁଳ ଜିଲ୍ଲା ଜନଜୀବନ ସୁରକ୍ଷା କମିଟି” ପକ୍ଷରୁ ଆଜି ପୂର୍ବାହ୍ନ ଜିଲ୍ଲାପାଳଙ୍କ…
ବିଦ୍ୟୁତ ଆଘାତରେ ଜଣେ ମୃତ ଅନୁଗୁଳ -(AO)- ଅନୁଗୁଳ ଜିଲ୍ଲା କୁଇଓ ଗାଁରେ ବିଦ୍ୟୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ସେହି ଗାଁର ଅଭିରାମ ଗଡନାୟକ । ସୂଚନା…
ନଦୀରେ ବୁଡି ମହିଳା ନିଖୋଜ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କଇଁଛପଦା ଗାଁ ନିକଟ ଦେଇ ଯାଇଥିବା ଟିକିରା ନଦୀକୁ ଗାଧୋଇବାକୁ ଯାଇ ଜଣେ ମହିଳା ନିଖୋଜ ହୋଇ ଯାଇଛନ୍ତି…