ମୁଖ୍ୟ ଖବର ଆଦୃତା ଶିଶୁଗୃହର ମୁଖ୍ୟ ପରିଚାଳିକାଙ୍କ ମୃତ୍ୟୁ Angul OnlineMay 23, 2021May 23, 2021 ଅନୁଗୁଳ – ଅନୁଗୁଳ ପଞ୍ଚମହଲା ସ୍ଥିତ ଆଦୃତା ଶିଶୁଗୃହର ମୁଖ୍ୟ ପରିଚାଳିକା ସତ୍ୟଭାମା ନାୟକଙ୍କ ଆଜି ଦେହାନ୍ତ ହୋଇଛି । ଗତ କିଛିଦିନ ତଳେ ସେ କରୋନା ଚିହ୍ନଟ ହେବା ପରେ ଚିକିତ୍ସାଧୀନ ଥିଲେ । ତେବେ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ଅପରାହ୍ନରେ ତାଙ୍କର ମୃତ୍ୟୁ ହୋଇଥିବା ଅନୁଷ୍ଠାନର କର୍ମଚାରୀଙ୍କ ଠାରୁ ଜାଣିବାକୁ ମିଳିଛି । ଆଦୃତା ଶିଶୁ ସଦନର ସବୁ ପିଲାମାନଙ୍କର ସେ ମାଆ ଥିଲେ । ଅଲୋଡା, ଅବହେଳିତ ଶିଶୁମାନଙ୍କୁ ମଣିଷ କରିବାରେ ଜୀବନ ତାଙ୍କର ସମ୍ପୂର୍ଣ୍ଣ ରୁପେ ସମର୍ପିତ ଥିଲା । ତାଙ୍କର ସରଳ ଜୀବନ ଓ ଜୀବନାଦର୍ଶ ଯିଏ ଦେଖିଛି ତାକୁ ପ୍ରଭାବିତ କରିଛି । Advertisement
ହାତୀ ଘଉଡାଇବା ହେଲା କାଳ – କଚାଡି ଦେଲା ଦନ୍ତା ପାଲଲହଡା – ହାତୀ ଘଉଡ଼େଇବା ହେଲା କାଳ ! ଦନ୍ତା ହାତୀ ଆକ୍ରମଣ ରେ ଯୁବକ ମୃତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପାଲଲହଡ଼ା…
ସ୍କୁଟି-ବୁଲେଟ ଧକ୍କା – ଜଣେ ମୃତ ଅନୁଗୁଳ – ଅନୁଗୁଳ ସହରର ନରାୟଣ ସାଗର ସମ୍ମୁଖ ହେଲଥ କରିଡର ରାସ୍ତାରେ ସ୍କୁଟି-ବୁଲେଟ ମଧ୍ୟରେ ଧକ୍କା ହେବା ଫଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ…
ଷଣ୍ଢ ସହ ଧକ୍କା ହୋଇ ଯୁବକ ମୃତ ଅନୁଗୁଳ – ଅନୁଗୁଳ ଗାନ୍ଧିମାର୍ଗ ହେମସୁରପଡ଼ା କବରଖାନା ନିକଟରେ ସୋମବାର ରାତି ପ୍ରାୟ ସାଢେ଼ ଦଶଟା ସମୟରେ ଷଣ୍ଢ ସହ ମୋଟରସାଇକେଲର ଧକ୍କା ହେବାରୁ ମୋଟରସାଇକେଲ ଆରୋହୀଙ୍କ…