ଆଞ୍ଚଳିକ ବରିଷ୍ଠ କିରାଣୀଙ୍କ ପରଲୋକ Angul OnlineJune 2, 2021June 2, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ସ୍ୱାସ୍ଥ୍ୟ କେନ୍ଦ୍ରର ବରିଷ୍ଠ କିରାଣୀ ମିହିର କୁମାର ଜେନାଙ୍କ ପରଲୋକ ହୋଇଛି । ସେ ଆଠମଲ୍ଲିକ ଉପଖଣ୍ଡ ହସ୍ପିଟାଲରେ ଦୀର୍ଘ ବର୍ଷ ହେଲା କାର୍ଯ୍ୟରତ ଥିଲେ । ଏହା ପୂର୍ବରୁ ସେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମଧ୍ୟ ଅନେକ ଦିନ ଯାଏ କାର୍ଯ୍ୟ କରିଥିଲେ । କିଛି ଦିନ ତଳେ କୋଭିଡରେ ଆକ୍ରାନ୍ତ ହୋଇ ଗୃହ ସଂଗରୋଧରେ ଥିଲେ । କିନ୍ତୁ ସ୍ୱାସ୍ଥ୍ୟ ଅବସ୍ଥାରେ ଅବନତି ଘଟିବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରା ଯାଇଥିଲା । ଆଜି ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ପରଲୋକ ଘଟିଛି । ସେ ଜଣେ ବନ୍ଧୁବତ୍ସଳ ଓ ଆମାୟିକ ଲୋକ ହିସାବରେ କର୍ମଚାରୀ ମହଲରେ ବେଶ ପରିଚିତ ଥିଲେ । ତାଙ୍କ ବିୟୋଗରେ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ମଧ୍ୟରେ ଶୋକର ଛାୟା ଖେଳିଯାଇଛି । Advertisement
ଜାତୀୟ କ୍ଷୁଦ୍ର ଶିଳ୍ପ ନିଗମର ସ୍ୱାଧୀନ ନିର୍ଦେଶକ ହେଲେ କାଳନ୍ଦୀ ସାମଲ ଅନୁଗୁଳ – ଅନୁଗୁଳ ଜିଲ୍ଲାର ବରିଷ୍ଠ ବିଜେପି ନେତା ରାଜ୍ୟ ସମ୍ପାଦକ କାଳନ୍ଦୀ ସାମଲଙ୍କୁ ଭାରତ ସରକାରଙ୍କର ଜାତୀୟ କ୍ଷୁଦ୍ର ଶିଳ୍ପ ନିଗମର ସ୍ୱାଧୀନ ଡ଼ାଇରେକ୍ଟର ଭାବେ…
ମେଡ଼ିକାଲ କଲେଜର ପରିଚାଳନା ରାଜ୍ୟ ସରକାର ନିଅନ୍ତୁ – କାଳନ୍ଦୀ ତାଳଚେର – ଓଡ଼ିଶା ଲୋକଙ୍କୁ ଉତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ମହାନଦୀ କୋଲ ଫିଇଲ୍ଡ(ଏମସିଏଲ) ଦ୍ୱାରା ପ୍ରତିଷ୍ଠିତ ସ୍ଥାନୀୟ ତାଳଚେର ମେଡ଼ିକାଲ…
ସ୍କୁଲ ପରିସରରୁ ୬ ଫୁଟର ଅଜଗର ସାପ ଉଦ୍ଧାର ଅନୁଗୁଳ – ଅନୁଗୁଳ ଜିଲ୍ଲା ନିଶା ଥାନା ଅନ୍ତର୍ଗତ ଓ.ପି ଜିନ୍ଦଲ ସ୍କୁଲରୁ ୬ ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର ହୋଇଛି । ଓ.ପି…