ମୁଖ୍ୟ ଖବର ଡାକବଙ୍ଗଳାରୁ କଟା ଶାଗୁଆନ ଗଛ ପୌରପାଳିକା କ୍ୱାଟରରୁ ଜବତ Angul OnlineJuly 15, 2021July 15, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରରେ ଥିବା ସରକାରୀ ଡାକ ବଙ୍ଗଳାରୁ ଗତ କାଲି ରାତିରେ କେହି ଦୁର୍ବୃତ୍ତ ମୂଲ୍ୟବାନ ଶାଗୁଆନ ଗଛ କାଟି ନେଇ ଯାଇଥିବାର ଦେଖିବାକୁ ମିଳିଥିଲା । ଏ ସବୁ ଗଛ କଟା ଯାଇ ଚୋରୀ ହୋଇଥିବା ସନ୍ଦେହ କରି ସ୍ଥାନୀୟ ଲୋକେ ତାଳଚେର ବନବିଭାଗର ବନ ବିଭାଗ ଅଧିକାରୀ ତ୍ରିଲୋଚନ ବେହେରାଙ୍କୁ ଜଣାଇ ଥିଲେ । ଶ୍ରୀ ବେହେରା ବନ କର୍ମଚାରୀଙ୍କ ସହିତ ଗଛ କଟା ଯାଇଥିବା ଡାକବଙ୍ଗଳାରେ ପହଞ୍ଚି ଘଟଣାର ତଦନ୍ତ କରିଥିଲେ । ତେବେ ଅଧିକ ତଦନ୍ତ କରିବା ପରେ ତାଳଚେର ପୌରପାଳିକାର କିଛି କର୍ମଚାରୀ ଏହି ସବୁ ଶାଗୁଆନ ଗଛ କାଟିବା ସହିତ ସେହି କାଠ ସବୁକୁ ନେଇ ପୌରପାଳିକା ଅଧୀନ ଏକ କଲୋନୀର କ୍ୱାଟରରେ ଭର୍ତ୍ତି କରି ରଖିଥିବା ଜାଣିବାକୁ ପାଇଥିଲେ । ଆଉ ଏ ଘଟଣା ନେଇ ଶ୍ରୀ ବେହେରା ତାଳଚେର ଉପଜିଲ୍ଲାପାଳଙ୍କୁ ଜଣାଇଥିଲେ ଏବଂ ସେହି କ୍ୱାଟରରୁ କଟା ହୋଇଥିବା ଶାଗୁଆନ ଗଛ ସବୁକୁ ଜବତ କରି ନିଜ ହେପାଜତକୁ ନେଇଥିଲେ । ତେବେ ଏ ନେଇ ବନ ଅଧିକାରୀ ତ୍ରିଲୋଚନ ବେହରାଙ୍କ କହିବା କଥା ଉକ୍ତ ଶାଗୁଆନ ଗଛକୁ ବେଆଇନ ଭାବେ କଟାଯାଇଛି । ଏହି ଗଛ କାଟିବା ପାଇଁ କୌଣସି ଅନୁମତି ନିଆ ଯାଇ ନାହିଁ । Advertisement
ମୋଟର ସାଇକେଲକୁ ଧକ୍କା ଦେଇ ଓଲଟିଲା ପିକନିକ ବସ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ବାଗଡିଆ ଥାନା ପାତ୍ରପଡାରୁ ବାୟାଣୀପୀଠ ରାସ୍ତାର ମା ହିଙ୍ଗୁଳାଙ୍କ ପୀଠ ନିକଟରେ ଏକ ପିକନିକ ବସ ମୋଟରସାଇକେଲକୁ ଧକ୍କା ଦେଇ ରାସ୍ତାର…
ଦୁଇ ମଟରସାଇକେଲକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ- ୪ ଗୁରୁତର ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଜରପଡା ଥାନା କତଡା ଠାରେ ରବିବାର ରାତି ୯ ଟା ବେଳେ ଏକ ସଡକ ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି…
ଭୋଟ୍ ବର୍ଜନ ପାଇଁ ଶପଥ ନେଲେ ଗୋପିବଲ୍ଲଭପୁର ଗ୍ରାମବାସୀ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ବରପଦା ଗ୍ରାମ ପଞ୍ଚାୟତର ଗୋପୀବଲ୍ଲଭପୁର ଗ୍ରାମର ଶତାଧିକ ଗ୍ରାମବାସୀ ଭୋଟ ବର୍ଜନ ନିମନ୍ତେ ଗ୍ରାମ୍ୟ ଦେବୀଙ୍କ ନିକଟରେ ଶପଥ…