ମୁଖ୍ୟ ଖବର ବଜ୍ରପାତରେ ନାବାଳକ ମୃତ Angul OnlineJuly 22, 2021July 22, 2021 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଶିଙ୍କୁଳାପାଟ ଗ୍ରାମରେ ଗୁରୁବାର ବଜ୍ରପାତରେ ଜଣେ ନାବାଳକର ମୃତ୍ୟୁ ହୋଇଛି । ମୃତ ନାବାଳକ ହେଲେ ଶିଙ୍କୁଳାପାଟ ଗ୍ରାମର ରମେଶ ମାଝିଙ୍କ ୧୫ ବର୍ଷୀୟ ପୁଅ ମହେଶ ମାଝି ବୋଲି ଜଣାପଡିଛି । ସୂଚନା ଅନୁସାରେ ମହେଶ ସାଇକେଲରେ ଜୟପଙ୍ଗା ଗ୍ରାମରୁ ନିଜ ଗ୍ରାମ ଶିଙ୍କୁଳାପାଟକୁ ଫେରୁଥିବାବେଳେ ଜୟପଙ୍ଗା ଓ ଶିଙ୍କୁଳାପାଟ ଗ୍ରାମ ମଝିରେ ଥିବା ବିଲମାଳ ଠାରେ ବଜ୍ରପାତ ହେବାରୁ ଘଟଣା ସ୍ଥଳରେ ମହେଶ ଚେତାଶୁନ୍ୟ ହରାଇ ପଡିଯାଇଥିଲେ । ପରିବାର ଲୋକ ଘଟଣା ସ୍ଥଳରୁ ଚିକିତ୍ସା ପାଇଁ ଛେଣ୍ଡିପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ । ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘେଷଣା କରିଥିଲେ । ଛେଣ୍ଡିପଦା ପୁଲିସ ଘଟଣା ସ୍ଥଳରେ ପହଁଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିବା ଅବେଳେ ମହେଶଙ୍କ ମୃତ୍ୟୁରେ ଗାଁରେ ଶୋକର ଛାୟା ଖେଳିଯାଇଛି । Advertisement
ସଡକ ଦୁର୍ଘଟଣାରେ ଜଣେ ମୃତ ଅନୁଗୁଳ – ଅନୁଗୁଳ ପିଟିସି ଛକ ନିକଟରେ ବୁଧବାର ଭୋର ସମୟରେ ଏକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ବଳରାମ ପ୍ରସାଦର ଦିଲ୍ଲୀପ ମହାଳିକ…
ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଅଭୟାରଣ୍ୟ ଭିତରୁ ଉଦ୍ଧାର ଅନଗୁଳ – ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା କରଡାପଡା ଗ୍ରାମରୁ ଦାନ୍ତକାଠି ଆଣିବାକୁ ଯାଇ ଦୁଇ ଦିନ ତଳେ ନିଖୋଜ ହୋଇ ଯାଇଥିବା ଜଣେ ବ୍ୟକ୍ତିଙ୍କ ଗଳିତ…
ସରପଞ୍ଚଙ୍କ ସହ ନିର୍ବାହୀ ଅଧିକାରୀଙ୍କୁ ତାଲା ପକାଇଦେଲେ ଗ୍ରାମବାସୀ ଅନୁଗୁଳ – ଆବାସ ଯୋଜନାରେ ନାଁ କଟିବା ଯୋଗୁଁ ଅସନ୍ତୋଷ ପ୍ରକାଶ କଲେ ପଞ୍ଚାୟତବାସୀ । ଆଉ ଏଥିପାଇଁ ଗାଁର ମହିଳା ଏକାଠି ହୋଇ ସରପଞ୍ଚ ଏବଂ…