ମୁଖ୍ୟ ଖବର ପାଣିରେ ବୁଡି ଗ୍ରାମରକ୍ଷୀଙ୍କ ମୃତ୍ୟୁ Angul OnlineJuly 24, 2021July 24, 2021 ପାଲଲହଡ଼ା – ଅନୁଗୁଳ ଜିଲ୍ଲା ପାଲଲହଡ଼ା ଥାନା ଅନ୍ତର୍ଗତ ସିବିଡା ଗ୍ରାମର ଏକ ନାଳରେ ବୁଡି ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ପାଲଲହଡ଼ା ଥାନାରେ କାର୍ଯ୍ୟ କରୁଥିବା ଗ୍ରାମରକ୍ଷୀ ସୁନା ଠାକୁର ବୋଲି ଜଣା ପଡିଛି । ସୂଚନା ଅନୁସାରେ ସୁନା ଗତ କାଲି ଠାରୁ ଗାଧୋଇବାକୁ ଯାଇ ଆଉ ଫେରି ନଥିଲେ । ପରିବାର ଲୋକ ଖୋଜାଖୋଜି କରିବା ପରେ ତାଙ୍କ ମୃତ ଦେହ ଗାଁ ନିକଟସ୍ଥ ନାଳରେ ଭାସୁ ଥିବାର ଦେଖା ଯାଇଥିଲା । ପରିବାର ଲୋକ ତାକୁ ଉଦ୍ଧାର କରି ପୁଲିସକୁ ଖବର ଦେଇଥିଲେ । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି । Advertisement
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର – ହତ୍ୟା ଅଭିଯୋଗ ଆଣିଲେ ବାପା ଅନୁଗୁଳ – ଅନୁଗୁଳ ଜିଲ୍ଲା ବେନ୍ତପୁର ଗାଁର ଚିତ୍ତରଞ୍ଜନ ପରିଡାଙ୍କ ଘରୁ ତାଙ୍କ ଗର୍ଭବତୀ ପତ୍ନୀ ସସ୍ମିତା ବେହେରାଙ୍କ ମୃତଦେହ ଉଦ୍ଧାର ହୋଇଛି । ସେ ଏକ…
ଅନୁଗୁଳ ଆସିବେ ଗୌତମ ଗାମ୍ଭୀର ଅନୁଗୁଳ – ଅନୁଗୁଳ ଆସିବେ ଗୌତମ ଗାମ୍ଭୀର । ଆସନ୍ତା ୨୫ ତାରିଖ ସେ ଅନୁଗୁଳ ଆସି ସ୍ଥାନୀୟ କଦମ ପଡ଼ିଆରେ ଅନୁଗୁଳ କ୍ରିକେଟ ସଂଘ (…
ବଦଳିଲେ ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ ଅନୁଗୋଳ – ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀଙ୍କ ବଦଳି ହୋଇଛି । ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜାରି ହୋଇଥିବା ଚିଠି ନମ୍ବର…