ରାଜନୀତି ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ – ପୌର ଓ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁତ୍ଵ Angul OnlineAugust 7, 2021August 7, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା କଳାକେନ୍ଦ୍ର ପରିସରରେ ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଗୁଳ ଜିଲ୍ଲା ବିଜେଡ଼ି ବରିଷ୍ଠ ପର୍ଯ୍ୟବେକ୍ଷକ ତଥା ଖଣ୍ଡପଡା ବିଧାୟକ ଶ୍ରୀଯୁକ୍ତ ସୌମ୍ୟ ରଞ୍ଜନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ଜିଲ୍ଲା ବିଜେଡ଼ି ପର୍ଯ୍ୟବେକ୍ଷକ ତଥା ଜଗତସିଂହପୁର ବିଧାୟକ ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ମୁଦୁଲିଙ୍କ ତତ୍ତ୍ୱାବଧାନରେ ସଭା ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ମହେନ୍ଦ୍ର ବସ୍ତିଆ କାର୍ଯ୍ୟକ୍ରମର ସଭାପତିତ୍ୱରେ ଢେଙ୍କାନାଳ ସାଂସଦ ମହେଶ ସାହୁ, ସମ୍ବଲପୁର ଜିଲ୍ଲାର ବିଜେଡି ପର୍ଯ୍ୟବେକ୍ଷକ ନଳିନିକାନ୍ତ ପ୍ରଧାନ , ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ପାଲଲହଡା ବିଧାୟକ ମୁକେଶ ପାଳ , ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା , ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ , ଅନୁଗୁଳ ବିଧାୟକ ତଥା ବିଧାନସଭାର ଉପ-ବାଚସ୍ପତି ଶ୍ରୀଯୁକ୍ତ ରଜନୀକାନ୍ତ ସିଂହଙ୍କ ପ୍ରତିନିଧି ତଥା ଯୁବ ନେତା ଅରୁଣାଭ ସିଂହ , ରାଜ୍ୟ ଗ୍ରାମ୍ୟ ଗୃହ ନିର୍ମାଣ ଅଧ୍ୟକ୍ଷ ମୀନକେତନ ଅମାନ୍ତ , ଅନୁଗୁଳ ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାପତି ବିଦ୍ୟୁତଲତା ପ୍ରଧାନ , ରାଜ୍ୟ ବିଜେଡି ଯୁଗ୍ମ ସମ୍ପାଦକ ପ୍ରକାଶ ଡାଙ୍ଗ , ଅନୁଗୁଳ ଜିଲ୍ଲା ବିଜେଡ଼ି ସାଧାରଣ ସମ୍ପାଦକ ପ୍ରିୟଦର୍ଶୀ ପଟ୍ଟନାୟକ , ଜିଲ୍ଲା ଛାତ୍ର ଓ ଯୁବ ବିଜୁ ଜନତା ଦଳର ସଭାପତି ଏବଂ ଜିଲ୍ଲା ବିଜେଡିର ସମସ୍ତ କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଭାବରେ ଉପସ୍ଥିତ ଥିଲେ । ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନରେ ତୃଣମୂଳ ସ୍ତରରୁ ଦଳକୁ ଆହୁରୀ ସଂଗଠିତ କରିବା ଏବଂ ଭାରତ ବର୍ଷର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ଲୋକାଭିମୁଖୀ କାର୍ଯ୍ୟକ୍ରମ ଏବଂ ବିକାଶର ବାର୍ତ୍ତାକୁ ପ୍ରତି ଘରେ ଘରେ ପହଞ୍ଚାଇବା ନେଇ ଆଲୋଚନା କରାଗଲା । ଏଥି ସହିତ ବିଜୁ ଯୁବ , ଛାତ୍ର ଓ ମହିଳା ଜନତା ଦଳର ବ୍ଲକ , ପଞ୍ଚାୟତ ଏବଂ ୱାର୍ଡ ସ୍ତରରେ କର୍ମକର୍ତ୍ତା ଚୟନ ହୋଇଥିବା କର୍ମକର୍ତ୍ତାଙ୍କୁ ନେଇ ତୀବ୍ର ଭାବରେ କାର୍ଯ୍ୟକ୍ରମକୁ ସକ୍ରିୟ କରିବା ନେଇ ନିଷ୍ପତ୍ତି ହୋଇଥିଲା । ଏଥି ସହିତ ଜିଲ୍ଲାର ୨୮ଟି ଜିଲ୍ଲା ପରିଷଦ ଜୋନ ପାଇଁ ୨୮ଟି ପର୍ଯ୍ୟବେକ୍ଷକ ଘୋଷଣା କରାଯାଇଥିଲା । Advertisement
ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ , ଶୁଭାରମ୍ଭ କଲେ ୧୧୭୬ କୋଟ ଟଙ୍କାର ପ୍ରକଳ୍ପ ଅନୁଗୁଳ – ଅନୁଗୁଳରେ ବିକାଶର ସ୍ୱର୍ଣ୍ଣିମ ଅଧ୍ୟାୟ ଆରମ୍ଭ ହୋଇଛି । ସ୍ମାର୍ଟ ହେଲଥ କାର୍ଡ ଯୋଜନାରେ ଆଜି ଠାରୁ ଅନୁଗୁଳ ଜିଲ୍ଲା ଯୋଡିହୋଇଛି । ଆଜି…
କର୍ଣ୍ଣପାଳ ସରପଞ୍ଚ ଭାବେ ହୃଷିକେଶ ବିଜୟୀ ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେର ଉପଖଣ୍ଡ କଣିହାଁ ବ୍ଲକର କର୍ଣ୍ଣପାଳ ପଞ୍ଚାୟତର ସରପଞ୍ଚ ଭାବେ ହୃଷିକେଶ ସାମଲ ବିଜୟୀ ହୋଇଛନ୍ତି । ହୃଷିକେଶ ସlମଲ ୧୫୫୨…
ନୂଆଦିଲ୍ଲୀରେ ବିଜେପିର ମିଶ୍ରଣ ପର୍ବ ଅନୁଗୁଳ – କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ତାଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନରେ ଅନୁଗୁଳ ବିଧାନସଭା ନିର୍ବାଚନମଣ୍ଡଳୀର ୨ ନମ୍ବର ଜୋନର ପୋକତୁଙ୍ଗା ପଞ୍ଚାୟତର ବରିଷ୍ଠ କଂଗ୍ରେସ…