ମୁଖ୍ୟ ଖବର କେନାଲରେ ଗାଧେଇବା ହେବା କାଳ – ପାଣିରେ ବୁଡି ଯୁବକ ମୃତ Angul OnlineAugust 8, 2021August 8, 2021 ଅନୁଗୁଳ -(AO)- ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମରୁ ବାହାରିଥିବା ଏକ କେନାଲରେ ଗାଧୋଇବା ବେଳେ ବୁଡ଼ିଯିବାରୁ ଆଜି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଉତ୍ତରପ୍ରଦେଶ ଗୋରଖପୁରର ୨୫ ବର୍ଷୀୟ ଅବିନାଶ ତ୍ରିପାଠୀ ବୋଲି ଜଣା ପଡିଛି । ସୂଚନା ଅନୁସାରେ ଅନୁଗୁଳ ସହର ହାଉସିଂ ବୋର୍ଡ ନିକଟରେ ରହୁଥିବା ଅବିନାଶ ଆଜି ଦିନ ବେଳା କେତେଜଣ ସାଙ୍ଗଙ୍କ ସହ ଡେରେଜାଙ୍ଗ ଡ୍ୟାମକୁ ବୁଲିବାକୁ ଆସିଥିଲେ । ଏଠାରେ ଥିବା କେନାଲରେ ସେ ଗାଧୋଉଥିବା ବେଳେ ଗଭୀର ପାଣିରେ ବୁଡ଼ି ଯାଇଥିଲେ । ସାଙ୍ଗମାନେ ଅବିନାଶଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ବିଫଳ ହୋଇଥିଲେ । ପରେ ଅନୁଗୁଳ ଅଗ୍ନିଶମ ବାହିନୀକୁ ଖବର ଦିଆ ଯାଇଥିଲା । ଖବର ପାଇ ଅନୁଗୁଳ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ପାଣି ଭିତରେ ଯୁବକକୁ ବହୁ ସମୟ ଖୋଜାଖୋଜି କରିଥିଲେ । ଅପରାହ୍ନ ପ୍ରାୟ ୪ଟା ବେଳେ କେନାଲ ଭିତରୁ ଅବିନାଶଙ୍କୁ ଉଦ୍ଧାର କରାଯାଇ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅନୁଗୁଳ ସଦର ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି । Advertisement
ଟ୍ରକ ଧକ୍କାରେ ଜଣେ ମୃତ ଜଣେ ଗୁରୁତର ଆଠମଲ୍ଲିକ -(AO) – ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ କମରେଇ ନିକଟରେ ଟ୍ରକ ଧକାରେ ଜଣେ ମୋଟରସାଇକେଲ ଆରୋହିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର…
ବଦଳିଲେ ଉପ-ଜିଲ୍ଲାପାଳ ଅନୁଗୋଳ – ଅନେକ ଦିନ ହେଲା ଅନୁଗୋଳ ଜିଲ୍ଲାରେ କାର୍ଯ୍ୟ କରି ଆସୁଥିବା ତଥା ବର୍ତ୍ତମାନ ଅନୁଗୋଳ ଉପ-ଜିଲ୍ଲାପାଳ ବୈତୁରା ଦୀପଙ୍କର ବଦଳି ହୋଇଛି । ଓଡିଶା…
ଲାଞ୍ଚ ନେଇ ଚାକିରୀରୁ ବହିସ୍କୃତ ହେଲେ କନିଷ୍ଠ କିରାଣୀ ଅନୁଗୁଳ – ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ଜୁନିଅର ରେଭନ୍ୟୁ ଆସିଷ୍ଟାଣ୍ଡ ପଙ୍କଜିନି ବିଶ୍ୱାଳ ଚାକିରୀରୁ ବହିସ୍କୃତ ହୋଇଛନ୍ତି । ୨୦୨୩ ମସିହା ମେ ୧୨ ତାରିଖରେ…