ମୁଖ୍ୟ ଖବର କେନାଲରେ ଗାଧେଇବା ହେବା କାଳ – ପାଣିରେ ବୁଡି ଯୁବକ ମୃତ Angul OnlineAugust 8, 2021August 8, 2021 ଅନୁଗୁଳ -(AO)- ଅନୁଗୁଳ ଜିଲ୍ଲା ଡେରେଜାଙ୍ଗ ଡ୍ୟାମରୁ ବାହାରିଥିବା ଏକ କେନାଲରେ ଗାଧୋଇବା ବେଳେ ବୁଡ଼ିଯିବାରୁ ଆଜି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଉତ୍ତରପ୍ରଦେଶ ଗୋରଖପୁରର ୨୫ ବର୍ଷୀୟ ଅବିନାଶ ତ୍ରିପାଠୀ ବୋଲି ଜଣା ପଡିଛି । ସୂଚନା ଅନୁସାରେ ଅନୁଗୁଳ ସହର ହାଉସିଂ ବୋର୍ଡ ନିକଟରେ ରହୁଥିବା ଅବିନାଶ ଆଜି ଦିନ ବେଳା କେତେଜଣ ସାଙ୍ଗଙ୍କ ସହ ଡେରେଜାଙ୍ଗ ଡ୍ୟାମକୁ ବୁଲିବାକୁ ଆସିଥିଲେ । ଏଠାରେ ଥିବା କେନାଲରେ ସେ ଗାଧୋଉଥିବା ବେଳେ ଗଭୀର ପାଣିରେ ବୁଡ଼ି ଯାଇଥିଲେ । ସାଙ୍ଗମାନେ ଅବିନାଶଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ବିଫଳ ହୋଇଥିଲେ । ପରେ ଅନୁଗୁଳ ଅଗ୍ନିଶମ ବାହିନୀକୁ ଖବର ଦିଆ ଯାଇଥିଲା । ଖବର ପାଇ ଅନୁଗୁଳ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ପାଣି ଭିତରେ ଯୁବକକୁ ବହୁ ସମୟ ଖୋଜାଖୋଜି କରିଥିଲେ । ଅପରାହ୍ନ ପ୍ରାୟ ୪ଟା ବେଳେ କେନାଲ ଭିତରୁ ଅବିନାଶଙ୍କୁ ଉଦ୍ଧାର କରାଯାଇ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅନୁଗୁଳ ସଦର ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି । Advertisement
ବଜ୍ରପାତରେ ନାବାଳକ ମୃତ ଛେଣ୍ଡିପଦା – ଅନୁଗୁଲ ଜିଲ୍ଲା ଛେଣ୍ଡିପଦା ବ୍ଲକ ଜରପଡା ଅଞ୍ଚଳରେ ଆଜି ଅପରାହ୍ନରେ କାଳବାଇଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିବା ବେଳେ ଏଥିରେ ଜଣେ ନାବାଳକର ମୃତ୍ୟୁ ହୋଇଛି…
ଗୁରୁ-ଶିଷ୍ୟ ପରମ୍ପରାରେ କଳଙ୍କ – ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ତାଳଚେର – ଅନୁଗୁଳ ତାଳଚେର ବିଜୁ ପଟ୍ଟନାୟକ ପ୍ରଶିକ୍ଷକ ତାଲିମ ଅନୁଷ୍ଠାନରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ଆସିଛି । ପ୍ରଶିକ୍ଷକ ତାଲିମ ଅନୁଷ୍ଠାନର କେନ୍ଦ୍ର ପରିଚାଳକ ଫାଲଗୁନି…
ଦୁର୍ଘଟଣାରେ ଛାତ୍ର ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ସିପିପି ଗେଟ୍ ନିକଟରେ ସୋମବାର ଅପରାହ୍ନରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତ୍ୟୁ…