ଖେଳ ଓ ଖେଳାଳି ଜିଲ୍ଲାରେ ହେବ ଦୁଇ ଇନଡୋର ଷ୍ଟାଡିୟମ – ଧନ୍ୟବାଦ ଦେଲେ ବ୍ରଜ Angul OnlineAugust 11, 2021August 11, 2021 ଅନୁଗୁଳ -(AO)- ଅନୁଗୁଳ ଜିଲ୍ଳାରେ ଦୁଇଟି ନୂଆଁ ଇନଡୋର ଷ୍ଟାଡିୟମ ନିର୍ମାଣ ହେବ । ରାଜ୍ୟର ବିଭିନ୍ନ ସ୍ଥାନରେ ୮୯ ଟି ଇନଡୋର ଷ୍ଟାଡିୟମ ନିର୍ମାଣ ପାଇଁ ରାଜ୍ୟ ସରକାର ଘୋଷଣା କରିଥିବା ବେଳେ ଅନୁଗୁଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକରେ ଏହି ଇନଡୋର ଷ୍ଟାଡିୟମ ହେବ । କ୍ରୀଡାର ଭିତ୍ତିଭୂମି ବିକାଶ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଭନ୍ନ ସ୍ଥାନରେ ଷ୍ଟାଡିୟମ ନିର୍ମାଣ ମଧ୍ୟରୁ ତାଳଚେରକୁ ସ୍ଥାନ ଦେଇଥିବାରୁ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି । ସେ ସ୍ଥାନୀୟ ଅଞ୍ଚଳର ସୁନାମଧନ୍ୟ ଖେଳାଳିଙ୍କ ଉପସ୍ଥିତିରେ ଏକ ଧନ୍ୟବାଦ ସଭା ଆୟୋଜନ କରି ତାଳଚେର ବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଛି । ଏହି ଇନଡୋର ଷ୍ଟାଡିୟମ ନିର୍ମାଣ ହେବା ପରେ ତାଳଚେର କ୍ରୀଡାର ଏକ ହବ୍ ଭାବରେ ପରିଚୟ ଲାଭ କରିବ ବୋଲି ସେ ଆଶା ରଖିଛନ୍ତି । Advertisement
ଆମିଟି ଇଣ୍ଟର ଇଣ୍ଡଷ୍ଟ୍ରି ଟି-୨୦ କ୍ରିକେଟ ଟୁର୍ନାମେଣ୍ଟ – ଜେଏସପିଏଲ ଚମ୍ପିୟାନ ଅନୁଗୁଳ – ସ୍ଥାନୀୟ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ)ର ଜିନ୍ଦଲ ନଗର ପରିସରର କ୍ରୀଡାଙ୍ଗନ ଠାରେ ଆମିଟି କପ, ଇଣ୍ଟର ଇଣ୍ଡଷ୍ଟ୍ରି ଟି-୨୦ କ୍ରିକେଟ…
ମର୍ଣ୍ଣିଷ୍ଟାର୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ – ଉଦ୍ଘାଟନୀ ମ୍ୟାଚ୍ରେ ତାଳଚେର ବିଜୟୀ ଅନୁଗୁଳ – ଅନୁଗୁଳ ମର୍ଣ୍ଣିଷ୍ଟାର୍ କ୍ରିକେଟ କ୍ଲବ ତରଫରୁ ଷଷ୍ଠ ମର୍ଣ୍ଣିଷ୍ଟାର୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ମଙ୍ଗଳବାର ସ୍ଥାନୀୟ କଦମ ପଡ଼ିଆ ଠାରେ ଉଦ୍ଘାଟିତ ହୋଇଯାଇଛି । ଅନୁଗୁଳ…
ଇଣ୍ଡିଆନ ଗ୍ରାଁ ପ୍ରି ୩ ଆଥଲେଟିକ୍ସରେ ଚମକିଲେ ଅନୁଗୁଳ ଆଥଲେଟ ଅନୁଗୁଳ – ବାଙ୍ଗାଲୁରର ଶ୍ରୀ କାନ୍ତିରାଭା ଷ୍ଟାଡିୟମରେ ଇଣ୍ଡିଆନ ଗ୍ରାଁ ପ୍ରି ୩ ଆଥଲେଟିକ୍ସ ଅନୁଷ୍ଠିତ ହେଉଛି । ଏଥିରେ ଓଡିଶା ରିଲାଏନ୍ସ ଫାଉଣ୍ଡେସନର ଆଥଲେଟମାନେ ପ୍ରଭାବୀ…