ମୁଖ୍ୟ ଖବର ଟ୍ରକ ଧକ୍କାରେ ଜଣେ ମୃତ ଜଣେ ଗୁରୁତର Angul OnlineAugust 13, 2021August 13, 2021 ଆଠମଲ୍ଲିକ -(AO) – ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଅନ୍ତର୍ଗତ କମରେଇ ନିକଟରେ ଟ୍ରକ ଧକାରେ ଜଣେ ମୋଟରସାଇକେଲ ଆରୋହିଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ଜଣା ପଡିଛି । ମୃତକ ଜଣକ ଉରୁକୁଲା ଗାଁର ମୁନା ସାହୁ ବୋଲି ଜଣା ପଡିଛି । ଗୁରୁତରଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ପାଇଁ ଭର୍ତି କରା ଯାଇଛି । ସୂଚନା ଅନୁସାରେ ଦୁଇଜଣ ଏକ ମୋଟରସାଇକେଲରେ ଆସୁଥିବା ବେଳେ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରକ ସେମାନଙ୍କୁ ଧକ୍କା ଦେଇ ପଳାଇଥିଲା । ସ୍ଥାନୀୟ ଲୋକେ ଏହା ଦେଖି ଆହତ ଜଣକୁ ଡାକ୍ତରଖାନା ପଠାଇବା ସହ ପୁଲିସକୁ ସୂଚନା ଦେଇଥିଲେ । ହଣ୍ଡପା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
ଅଗ୍ନିକାଣ୍ଡରେ ୧୦ ଛେଳି ଜୀବନ୍ତ ଦଗ୍ଧ ଅନୁଗୋଳ – ଅନୁଗିଳ ଜିଲ୍ଲା ନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ କୁସୁମପାଟରେ ଘର ପୋଡ଼ି ଘଟଣାରେ ଜଣେ ମହିଳା ଗୁରୁତର ହେବା ସହ ୧୦ ଛେଳି ଜୀବନ୍ତ ଦଗ୍ଧ…
ଦୁଇ ଜଣଙ୍କୁ କଚାଡି ମାରିଲା ହାତୀ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ହାତୀ ଆକ୍ରମଣରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଛେଣ୍ଡିପଦା ବନାଞ୍ଚଳ ଚନ୍ଦ୍ରପୁର ଗାଁ ରେ ଏଭଳି ଅଭାବନୀୟ ଘଟଣା ଘଟିଛି ।…
ନିଖୋଜ ସରପଞ୍ଚଙ୍କୁ ଠାବ କଲା ପୁଲିସ – ଅପହରଣ ହୋଇଥିଲେ ନା ନିଜେ ରଚିଥିଲେ ନାଟକ !! ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀଙ୍କୁ ଅପହରଣ କରା ଯାଇଥିବା ଗତକାଲି ରାତିରେ ଥାନାରେ ଅଭିଯୋଗ ହୋଇଥିଲା । ତେବେ…