ଅନଲାଇନ ଏକ୍ସକ୍ଲୁସିଭମୁଖ୍ୟ ଖବର ବୃଦ୍ଧା ମା’କୁ ମାଡ ମାରୁଛନ୍ତି ଅବସରପ୍ରାପ୍ତ ଶିକ୍ଷକ – ଭିଡିଓ ଭାଇରାଲ Angul OnlineAugust 23, 2021August 23, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲାରୁ ଆସିଛି ଏକ ଅଭାବନୀୟ ଦୃଶ୍ୟ । ବୃଦ୍ଧା ମାଙ୍କୁ ମାଡ ମାରୁଛି ଶିକ୍ଷିତ ପୁଅ । ଯେ କି ପେସାରେ ଜଣେ ଶିକ୍ଷକ ମଧ୍ୟ । ଜଣେ ଶିକ୍ଷକ ହୋଇ ଦୁନିଆକୁ ଭଲ ଶିକ୍ଷା ଦେବା ପରିବର୍ତେ ନିଜ ଜନ୍ମ କଲା ମାକୁ ଏଭଳି ମାଡ ମାରୁଥିବା ଭିଡିଓ ଭାଇରାଲ ହେବା ପରେ ଏହା ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି । ସୂଚନା ଅନୁସାରେ ଏହି ଭିଡ଼ିଓଟି ଅନୁଗୁଳ ଜିଲ୍ଲା କିଶୋରନଗର ଥାନା କଟାପାଲି ଗାଁର । ହୃଷିକେଶ ପ୍ରଧାନ ନାମକ ଜଣେ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ତାଙ୍କ ମା ଏକ ଜାଗାରେ ବସିଥିବା ବେଳେ ଆସି ମାଡ ମାରୁଛନ୍ତି । ତଣ୍ଟି ଚିପି ଦେବା ସହ ଟେକି କଚାଡୁ ଥିବାର ଏକ ଭିଡିଓ ଭାଇରାଲ ହେଉଛି । ଆଉ ବୃଦ୍ଧା ମା କଷ୍ଟରେ ଚିତ୍କାର କରୁଛନ୍ତି । ତେବେ ଏଭଳି ମାଡ ସେ କାହିଁକି ମାରୁଛନ୍ତି ଜଣା ପଡି ନଥିଲେ ମଧ୍ୟ ସେ ଏଭଳି ଅନେକ ଦିନ ମାଡ ମାରନ୍ତି ବୋଲି ଜଣା ପଡ଼ିଛି । ତେବେ ଏଭଳି ସମ୍ବେଦନଶୀଳ ଭିଡିଓ ଭାଇରାଲ ପରେ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇବା ସହ ଉକ୍ତ ଶିକ୍ଷକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ହେଉଛି । https://angulonline.com/odia/wp-content/uploads/2021/08/WhatsApp-Video-2021-08-23-at-20.57.15.mp4 Advertisement
ମୋବାଇଲ ଚୋରକୁ ନିର୍ଘାତ ମାଡ ଅନୁଗୁଳ – ଅନୁଗୁଳ ସରକାରୀ ଡାକ୍ତରଖାନାରେ ମାତିଛନ୍ତି ଲୁଟେରା । ସୁଯୋଗ ଦେଖି ରୋଗୀ ତଥା ସମ୍ପର୍କୀୟଙ୍କ ମୋବାଇଲ, ମନୀପର୍ସ ଆଦି ମୂଲ୍ୟବାନ ସାମଗ୍ରୀ ଲୁଟି ନେଉଛନ୍ତି…
ଜାଲ ପ୍ରମାଣପତ୍ର ଦେଇ ପିଇଟି ଶିକ୍ଷକ – ୧୦ ଜଣଙ୍କ ନାମରେ ଅଭିଯୋଗ କଲେ ଜିଲ୍ଲା ଶିକ୍ଷାଧିକାରୀ ଅନୁଗୁଳ – ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍କୁଲରେ ଜାଲ ପ୍ରମାଣପତ୍ର ଦେଇ ପିଇଟି ଚାକିରି କରିଥିବା ନେଇ ଥାନାରେ ଅଭିଯୋଗ କରିଛନ୍ତି ଅନୁଗୁଳ ଜିଲ୍ଲା ଶିକ୍ଷାଧିକାରୀ ।…
ଚାଲିଲା ଏନଟିପିସି ଟିଟିପିଏସ ଅନୁଗୁଳ – ଗତ ୨୩ ତାରିଖରେ ଅନୁଗୁଳ ଜିଲ୍ଲା ତାଳଚେରସ୍ଥିତ ଏନଟିପିସି ଟିଟିପିଏସ ବନ୍ଦ ହୋଇ ଯାଇଥିବାବେଳେ ଆଜି ପୁଣି ଏହା ଚାଲୁ ହୋଇଛି । ପ୍ଲାଣ୍ଟର…