ଅପରାଧ କାରରେ ଗଞ୍ଜେଇ ଚାଲାଣ ବେଳେ କାବୁ କଲା ପୁଲିସ – ଜଣେ ଗିରଫ Angul OnlineAugust 23, 2021August 23, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଦେବଗଡ ଛକ ନିକଟରୁ ଏକ ଗଞ୍ଜେଇ ଭର୍ତ୍ତି କାରକୁ ପୁଲିସ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଛେଣ୍ଡିପଦା ପୁଲିସ ଆଜି(ସୋମବାର) ସକାଳେ ଦେବଗଡ ଛକ ନିକଟରେ ଜଗି ରହିଥିଲା । ସେହି ସମୟରେ ଅନୁଗୁଳରୁ ଦେବଗଡ ଯାଉଥିବା ଏକ ମାରୁତି କାର(ଓଡି୦୨ବିଡି୪୨୫୮)କୁ ଅଟକାଇ ପୁଲିସ ଯାଞ୍ଚ କରିଥିଲା । ଯାଞ୍ଚ ବେଳେ କାର ଗଞ୍ଜେଇ ଥିବା ଜଣା ପଡିଥିଲା । ଜବତ ଗଞ୍ଜେଇକୁ ପୁଲିସ ମାଜିଷ୍ଟ୍ରେଟ ଉପସ୍ଥିତିରେ ଓଜନ କରିବା ପରେ କାରରେ ୭୦ କିଗ୍ରା ୩୦୦ଗ୍ରାମ ଗଞ୍ଜେଇ ଥିବା ଜଣା ପଡିଥିଲା ।ଗଞ୍ଜେଇ ଚାଲାଣ କରି ନେଉଥିବା ଗାଡିର ଚାଳକକୁ ପୁଲିସ ଗିରଫ କରିଥିଲା । ଗିରଫ ଯୁବକ ଜଣକ ହେଲେ ନାକିଟିଦେଉଳ ଥାନା ବାଟଗାଁର ଗୋବିନ୍ଦ ଚନ୍ଦ୍ର ନାଏକ ବୋଲି ସୂଚନା ମିଳିଛି । ପୁଲିସ ଗଞ୍ଜେଇକୁ ଜବତ କରି ଏନଡିପିଏସ ଆକ୍ଟରେ ଏକ ମାମଲା ରୁଜୁ କରିବା ସହିତ ଗାଡିର ଚାଳକ ଗୋବିନ୍ଦ ଚନ୍ଦ୍ର ନାଏକକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗୋବିନ୍ଦ ଚନ୍ଦ୍ରଙ୍କ ନାମରେ ପୂର୍ବରୁ ଗଞ୍ଜେଇ ଚୋରା ଚାଲାଣ ନେଇ କୁଣ୍ଢେଇଗୋଳା ,ନାକିଟଦେଉଳ ସମେତ ବିଭିନ୍ନ ଥାନାରେ ମାମଲା ରହିଥିବା ଛେଣ୍ଡିପଦା ଥାନା ଅଧିକାରୀ ଧିରେନ କୁମାର ବେହେରା କହିଛନ୍ତି । Advertisement
ପାନ ଦୋକାନରୁ ବିପୁଳ ମଦ ଜବତ ଅନୁଗୁଳ – ଅନୁଗୁଳ ସହର ମିଶ୍ରପଡାର ଏକ ପାନ ଦୋକାନରେ ପୁଲିସର ଚଢ଼ାଉ କରି ବିପୁଳ ପରିମାଣର ବିଦେଶୀ ମଦ ଜବତ । ଏହା ସହ ଦୋକାନୀ…
ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ – ଠେଙ୍ଗା ମାଡ଼ରେ ଯୁବକ ମୃତ ଆଠମଲ୍ଲିକ – ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ । ବଡବାପା ପୁଅର ଠେଙ୍ଗା ମାଡ଼ରେ ଯୁବକଙ୍କର ମୃତ୍ଯୁ ହୋଇଛି । ଏଭଳି ଘଟଣା ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା…
ଟଙ୍କା ଡବଲ ହେବ କହି ଲୋକଙ୍କ ଠାରୁ ଠକି ନେଉଥିଲେ ଟଙ୍କା – ପାଞ୍ଚ ସାଇବର ଠକଙ୍କୁ ବାନ୍ଧିଲା ପୁଲିସ ଅନୁଗୁଳ – ଅନୁଗୁଳ ପୁଲିସକୁ ବଡ ସଫଳତା ମିଳିଛି । ଆଜିର ସମୟରେ ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ପୁଲିସକୁ ନାକେଦମ କରୁଥିବା ସାଇବର ଠକ…