ସିସି ଟିଭିରେ କଏଦ ହେଲା ଚୋରି ବେଳର ଦୃଶ୍ୟ

ତାଳଚେର – ଦୋକାନ ଘର ଉପରେ ଚଢି ଏସିର ପାଇପ ଚୋରି କଲା ଚୋର ଗୋଟିଏ କି ଦୁଇଟି ଏସିର ନୁହଁ , ପାଞ୍ଚଟି ଦୋକାନର ଏସି ପାଇପ ଓ ତାର କାଟି ଚୋରି କରିନେଲା ଆଉ ଏହି ଚୋରି ବେଳର ଦୃଶ୍ୟ ସିସି ଟିଭିରେ କଏଦ ହେବା ସହ ଏବେ ଭାଇରାଲ ହେବାର ଲାଗିଛି ସୂଚନା ଅନୁସାରେ ଅନୁଗୁଳ ଜିଲ୍ଲା ତାଳଚେର ତାମ୍ରିତ ମାର୍କେଟରେ ଥିବା ମନସୁନ , ସୀମା ଟେଲର , ଅଭୀପ୍ସା ବିଉଟି ପାର୍ଲର , ବାସନ୍ତୀ ଇଲେକ୍ଟ୍ରୋନିକ୍ସ , ଆକାଶ ଡ୍ରେସ ଓ ଆସିଆନ ଫେସନ ଦୋକାନର ମାଲିକ ମାନେ ଆଜି ଦୋକାନ ଖୋଲିବା ପରେ ଯେତେବେଳେ ଏସି ଚଳେଇବା ବେଳେ ଏସି ଆଉ ଚାଲି ନଥିଲା କଣ ହେଇଛି ବୋଲି ଦେଖିବା ବେଳକୁ ଛାତ ଉପରୁ ଏସିର ତାର ଆଉ ପାଇପ କେହି ଚୋରି କରି ନେଇଥିବା ଦେଖିବାକୁ ମିଳିଥିଲା । କିଏ ଓ କାହିଁକି ଏଭଳି କରିଛି ଚିନ୍ତା କରି ସିସି ଟିଭି ଜାଞ୍ଚ କରିବା ବେଳେ ରାତି ୨.୩୦ ରୁ ୨.୪୫ ସମୟରେ ଜଣେ ବ୍ୟକ୍ତି ଆସି ଛାତ ଉପରକୁ ଚଢି ଏହି ୫ ଟି ଦୋକାନରେ ଲାଗିଥିବା ଏସିର ତାର ଆଉ ପାଇପ କାଟି ନେଇ ଯାଇଥିବା ଦେଖିବାକୁ ମିଳିଥିଲା । ତେବେ ସମ୍ପୃକ୍ତ ଚୋର ଏଭଳି ଏସିର ପାଇପ ଆଉ ତାର କାହିଁକି ଚୋରି କରିଲା ତାହା ଜଣା ପଡି ନାହିଁ । ଏହାକୁ ଚୋରି କରି କବାଡିରେ ବିକ୍ରି କରିବା ପରେ ମଦ ପିଇବାକୁ ଏଭଳି କରି ଥାଇ ପାରେ ବୋଲି ସନ୍ଦେହ କରା ଯାଉଛି ।  

Advertisement

Leave a Reply

Your email address will not be published. Required fields are marked *

You cannot copy content of this page