ଆଞ୍ଚଳିକ ପୋଖରୀରୁ କମ୍ପାନୀ କର୍ମଚାରୀଙ୍କ ମୃତଦେହ ଉଦ୍ଧାର Angul OnlineAugust 25, 2021August 25, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବନ୍ଦା କୁସୁମନାଳି ପୋଖରୀରୁ ଆଜି(ବୁଧବାର) ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ପୋଖରୀରେ ଶବ ଭାସୁ ଦେଖି ସ୍ଥାନୀୟ ଲୋକ ବଅଁରପାଳ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ପୁଲିସ ଓ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ପୋଖରୀରୁ ମୃତଦେହକୁ ଉଦ୍ଧାର କରିଥିଲା । ମୃତ ବ୍ୟକ୍ତି ଜଣଙ୍କ ପଶ୍ଚିମବଙ୍ଗର ପିଣ୍ଟୁ ରାଜବର ବୋଲି ଜଣା ପଡିଥିବା ବେଳେ ସେ ଟାଟା ଭୂଷଣରେ କାମ କରିବାକୁ ଗତ ୩ ଦିନ ତଳେ ଆସିଥିବା ସୂଚନା ମିଳିଛି । ତାଙ୍କ ମୃତ୍ୟୁର କାରଣ ଜଣା ପଡି ନଥିବା ବେଳେ ବଅଁରପାଳ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ କରୁଛି । Advertisement
କୂଅ ଭିତରୁ ମିଳିଲା ମୃତଦେହ ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଅନ୍ତର୍ଗତ ଖିଣ୍ଡା ଗ୍ରାମରେ କୂଅରେ ପଡ଼ି ଜଣଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତିଙ୍କ ଘର ଖିଣ୍ଡା ଗ୍ରାମରେ…
ଭଡା ବୃଦ୍ଧି ଦାବି ନେଇ ଟ୍ରକ ଯୋଗେ କୋଇଲା ପରିବହନ ବନ୍ଦ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଟ୍ରକ ମାଲିକ ସଙ୍ଘ ପକ୍ଷରୁ ଟ୍ରକ ଭଡା ବୃଦ୍ଧିକୁ ନେଇ ଆଜି ମଧ୍ୟରାତ୍ରିରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଟ୍ରକ ଯୋଗେ…
ମହାଦ୍ୟାଳୟ କିରାଣୀଙ୍କର ସନ୍ଦେହଜନକ ମୃତ୍ୟୁ ଅନୁଗୁଳ – ଅନୁଗୁଳ ଥାନା ସରକାରୀ ସ୍ଵୟଂ ଶାସିତ ମହାଦ୍ୟାଳୟର ଜଣେ କିରାଣୀଙ୍କର ମୃତଦେହ ମହାବିଦ୍ୟାଳୟ ଫାଟକ ନିକଟରୁ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଲେ…