ମୁଖ୍ୟ ଖବର କୋଇଲା ଟ୍ରେନ ହେଲା ଲାଇନଚ୍ୟୁତ – ଜଣେ ମୃତ Angul OnlineSeptember 3, 2021September 3, 2021 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ଜଗନ୍ନାଥ କୋଇଲା ଖଣି ସାଇଡିଂ ନିକଟରେ କୋଇଲା ଟ୍ରେନ ଲାଇନଚ୍ୟୁତ । ଫଳରେ ଟ୍ରେନରେ ଚାପି ହୋଇ ଜଣଙ୍କର ମୃତ୍ୟୁ ହୋଇ ଯାଇଥିବା ବେଳେ ଟ୍ରାକ କାମ କରୁଥିବା ୧୮ ଜଣ ଶ୍ରମିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ସୂଚନା ଅନୁସାରେ ଭରତପୁର ଖଣିରୁ କୋଇଲା ଲୋଡ଼କରି ଏକ ମାଲବାହୀ ଟ୍ରେନ ତାଳଚେର ଷ୍ଟେସନକୁ ଆସୁଥିବା ବେଳେ ଜଗନ୍ନାଥ କୋଇଲାଖଣିର ୧ନମ୍ବର ସାଇଡିଂ ଠାରେ ଲାଇନଚୁତ ହୋଇ ଗୋଟିଏ ପଟକୁ ମାଡିଯିବା ଫଳରେ ସେଠାରେ ଟ୍ରେନ ଟ୍ରାକ କାର୍ଯ୍ୟ କରୁଥିବା ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି । ମୃତ ଶ୍ରମିକ ଜଣକ ହେଲେ ନବରଙ୍ଗପୁର ଅଞ୍ଚଳର ରଘୁନାଥ ଗଉଡ଼ ବୋଲି ଜଣାପଡିଛି । ସେଠାରେ ଟ୍ରାକ କାର୍ଯ୍ୟ କରୁଥିବା ୧୮ ଜଣ ଶ୍ରମିକ ଦଉଡି ପଳାଇଥିଲେ ହେଲେ ଜଣେ ଶ୍ରମିକ ଟ୍ରେନ ବଗିରେ ଚାପି ହୋଇ ଯାଇଥିଲେ । ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଘଟଣା ସ୍ଥଳରେ କଲିୟରି ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ଘଟଣାର ଅଧିକ ତଦନ୍ତ କରୁଛି । ରେଳବିଭାଗର ଅଧିକାରୀମାନେ ପହଞ୍ଚି କେଉଁ ପରିସ୍ଥିତିରେ ଟ୍ରେନଟି ଲାଇନଚୁତ ହେଲା ତାହାର ତଦନ୍ତ କରିଛନ୍ତି । Advertisement
ମା ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ସମାପନ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରାତ୍ସୋବ ଓ ୧୮ତମ ଲୋକ ମହୋତ୍ସବ ଗୋପାଳ ପ୍ରସାଦ ସ୍ଥିତ ହିଙ୍ଗୁଳା ପୀଠ…
ଟ୍ରାକ୍ଟର ଓଲଟି ଜଣେ ମୃତ, ଦୁଇ ଗୁରୁତର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲାର ଜରପଡା ଥାନା ଅନ୍ତର୍ଗତ ସାନହିସର ଗ୍ରାମ ଛକ ନିକଟରେ ବୁଧବାର ଅପରାହ୍ନରେ ଏକ ରଡ ବୋଝେଇ ଟ୍ରାକ୍ଟର ଓଲଟି ଜଣେ ଶ୍ରମିକଙ୍କର…
ଦୁର୍ଘଟଣାରେ ଜଣେ ମୃତ – ଘଟଣା ସ୍ଥଳରେ ଉତ୍ତେଜନା ଅନୁଗୁଳ – ଅନୁଗୁଳ ଛେଳିଆପଡା ଠାରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖା ଦେଇଛି ।…