ଆଞ୍ଚଳିକ ପାଣିରେ ବୁଡି ବୃଦ୍ଧା ମୃତ Angul OnlineSeptember 3, 2021September 3, 2021 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପିପଳବାହାଳ ଗାଁରେ ପାଣିରେ ବୁଡି ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି । ଘଟଣାରୁ ପ୍ରକାଶ ପିପଳବାହାଳ ଗ୍ରାମର ଜେମା ପ୍ରଧାନ ଗୁରୁବାର ସକାଳେ ବିରି ତୋଳିବାକୁ ଘର ଠାରୁ ୨କିମି ଦୂରରେ ଥିବା ବଗିଚାକୁ ଯାଇଥିଲେ । କିନ୍ତୁ ସଂଧ୍ୟା ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକ ଓ ଗ୍ରାମବାସୀ ବହୁ ଖୋଜାଖୋଜି କରିବା ପରେ ଗାଁ ନିକଟସ୍ଥ ବାବାଜି ଦରହ ପାଣିରେ ପଡିଥିବା ଦେଖିବାକୁ ପାଇଥିଲେ । ପରିବାର ଲୋକମାନେ ତାଙ୍କୁ ତୁରନ୍ତ ଛେଣ୍ଡିପଦା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ । ହେଲେ ସେତେବେଳକୁ ଜେମାଙ୍କର ମୃତ୍ୟୁ ହୋଇ ସାରିଥିଲା । ଖବର ପାଇ ପୁଲିସ ଶବକୁ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁକରି ଘଟଣାର ତଦନ୍ତ କରୁଛି । Advertisement
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଅନୁଗୁଳ ଗସ୍ତ – ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ବିଭିନ୍ନ ପ୍ରକଳ୍ପର କଲେ ଶିଳାନ୍ୟାସ ଅନୁଗୁଳ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଆଜି ଦିନିକିଆ ଅନୁଗୁଳ ଗସ୍ତରେ ଆସିଥିବା ବେଳେ ଅନୁଗୁଳ ମ୍ୟୁନିସପାଲିଟି ଛକଠାରେ ଆୟୋଜିତ ‘ସ୍ୱଚ୍ଛ, ସୁନ୍ଦର…
ଲୋକ ପ୍ରତିନିଧିମାନେ ଉଠିଯିବା ସତ୍ବେ ଆର ପି ଡି ଏସି ବୈଠକ ଅନୁଷ୍ଠିତ ଅନୁଗୁଳ – ଅନୁଗୁଳ ଜିଲ୍ଲା କଣିହାଁ ଏନ୍ ଟି ପି ସି ଓ ତାଳଚେର ଟି ଟି ପି ଏସର ୯ମ ଆର ପି ଡି ଏସି…
ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ଅନୁଗୁଳ – ଜାତୀୟ ସ୍ବେଚ୍ଛାକୃତ ରକ୍ତଦାନ ଦିବସ ଅବସରରେ ରବିବାର ଅମଲାପଡ଼ାର ମା’ ବାସନ୍ତୀ ଦୁର୍ଗାପୂଜା ପଡ଼ିଆରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।…