ଆଞ୍ଚଳିକ ପାଣିରେ ବୁଡି ବୃଦ୍ଧା ମୃତ Angul OnlineSeptember 3, 2021September 3, 2021 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ପିପଳବାହାଳ ଗାଁରେ ପାଣିରେ ବୁଡି ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି । ଘଟଣାରୁ ପ୍ରକାଶ ପିପଳବାହାଳ ଗ୍ରାମର ଜେମା ପ୍ରଧାନ ଗୁରୁବାର ସକାଳେ ବିରି ତୋଳିବାକୁ ଘର ଠାରୁ ୨କିମି ଦୂରରେ ଥିବା ବଗିଚାକୁ ଯାଇଥିଲେ । କିନ୍ତୁ ସଂଧ୍ୟା ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକ ଓ ଗ୍ରାମବାସୀ ବହୁ ଖୋଜାଖୋଜି କରିବା ପରେ ଗାଁ ନିକଟସ୍ଥ ବାବାଜି ଦରହ ପାଣିରେ ପଡିଥିବା ଦେଖିବାକୁ ପାଇଥିଲେ । ପରିବାର ଲୋକମାନେ ତାଙ୍କୁ ତୁରନ୍ତ ଛେଣ୍ଡିପଦା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ । ହେଲେ ସେତେବେଳକୁ ଜେମାଙ୍କର ମୃତ୍ୟୁ ହୋଇ ସାରିଥିଲା । ଖବର ପାଇ ପୁଲିସ ଶବକୁ ଜବତ କରିବା ସହିତ ଏକ ଅପମୃତ୍ୟୁ ମାମଲା ରୁଜୁକରି ଘଟଣାର ତଦନ୍ତ କରୁଛି । Advertisement
ମା’ବାୟାଣୀଙ୍କ ବାର୍ଷିକ ଯାତ୍ରା ସମ୍ପନ୍ନ,ଲକ୍ଷାଧିକ ଭକ୍ତଙ୍କ ସମାଗମ ଛେଣ୍ଡିପଦା – ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ଅନ୍ତର୍ଗତ ପାତ୍ରପଡା ଗ୍ରାମର ମା’ବାୟାଣୀଙ୍କ ବାର୍ଷିକ ପୂଜା ଓ ଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ଲକ୍ଷାଧିକ ଜନସମାଗମରେ…
ଗାଡ଼ି ଧକ୍କାରେ ଭାଲୁ ମୃତ ଆଠମଲ୍ଲିକ – ଅନଗୋଳ ଜିଲ୍ଲା ଆଠମଲ୍ଲିକ ଉପଖଣ୍ଡ ଆମ୍ବପାଳ ଛକ ନିକଟରେ ଏକ ଅଜଣା ଗାଡି ଧକ୍କା ଦେବାରୁ ରାସ୍ତା ଅତିକ୍ରମ କରୁଥିବା ଏକ ଭାଲୁର ମୃତ୍ୟୁ…
ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ଘେରିଲା ଶ୍ରମିକ କଂଗ୍ରେସ ଅନୁଗୁଳ – ଅନୁଗୁଳ ଜିଲ୍ଲା ଶ୍ରମିକ କଂଗ୍ରେସ (INTUC)ତରଫରୁ ନିର୍ମାଣ ଶ୍ରମିକ ମାନଙ୍କର ବିଭିନ୍ନ ସମସ୍ୟା ନେଇ ମହାମହିମ ରାଜ୍ୟପାଳଙ୍କୁ ଜିଲ୍ଲା ଶ୍ରମ ଅଧିକାରୀଙ୍କ ଜରିଆରେ ଦାବି…