ମୁଖ୍ୟ ଖବର ଟ୍ରଲର ପଛରେ ବାଡେଇ ହୋଇ ମୋଟରସାଇକେଲ ଆରୋହୀ ମୃତ Angul OnlineSeptember 9, 2021September 9, 2021 ଅନୁଗୁଳ – ଅନୁଗୁଳ ଜିଲା ଅନ୍ତର୍ଗତ ଅନୁଗୁଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଥାନା କତଡା ଠାରେ ଏକ ଟ୍ରଲର ପଛପଟରେ ଜଣେ ମୋଟରସାଇକେଲ ବାଡେଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଘଟଣା ସ୍ଥଳରେ ମଟରସାଇକେଲ ଆରୋହୀଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଜରପଡା ଥାନା ଜେରେଙ୍ଗଦେହୁରୀ ସାହିର ଟୁନା ନାଏକ । ସୂଚନା ଅନୁସାରେ ଜେରେଙ୍ଗ ଦେହୁରୀସାହିର ଟୁନା ନାଏକ ଏକ ମୋଟରସାଇକେଲରେ କତଡାରୁ ବଇଣ୍ଡା ଆଡକୁ ଯାଉଥିବାବେଳେ ୫୫ନଂ ଜାତୀୟ ରାଜପଥର କତଡା ଗାଁ ନିକଟସ୍ଥ ଏକ ଢାବା ସମ୍ମୁଖରେ ଟ୍ରଲର ପଛପଟରେ ବାଡେଇ ହୋଇ ତଳେ ପଡିଯାଇଥିଲେ । ମୁଣ୍ଡରେ ଗଭୀର ଆଘାତ ଲାଗିବା ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା । ଜରପଡା ପୁଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଛେଦ ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ଟ୍ରଲରଟି ପଳାଇ ଯାଇଥିବାବେଳେ ପୁଲିସ ମଟରସାଇକେଲକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି । Advertisement
ଦୁର୍ନୀତି ଅଭିଯୋଗ କରି ତଳେ ବସି ଧାରଣା ଦେଲେ ଓକିଲ ତାଳଚେର – ତହସିଲ ଅଫିସ ତଳେ ବସି ଓକିଲଙ୍କ ଧାରଣା । ଅନୁଗୁଳ ଜିଲ୍ଲା ତାଳଚେର ତହସିଲ ଅଫିସରେ ବ୍ୟାପକ ଦୁର୍ନୀତି ହେଉଛି । ତହସିଲ ଅଫିସରେ…
ୱେଲଡିଙ୍ଗ୍ ଦୋକାନ ଘରୁ ମିସ୍ତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାଲିପଟ୍ଟା ଗ୍ରାମର ଏକ ୱେଲଡିଙ୍ଗ୍ ଦୋକାନରୁ ୱେଲଡିଙ୍ଗ ମିସ୍ତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ପୋଲିସ…
ସିରିଜ ଦୁର୍ଘଟଣା ଘଟାଇଲା ଟ୍ରିପର – ପାଞ୍ଚ ଆହତ ଅନୁଗୁଳ – ଅନୁଗୁଳ ଜିଲ୍ଲା ମହିଧରପୁରରେ ସିରିଜ ଦୁର୍ଘଟଣା ଘଟାଇଲା ଟ୍ରିପର । ଫଳରେ ପାଞ୍ଚ ଜଣ ଆହତ ହୋଇଛନ୍ତି । ତେବେ ଗୋଟିଏ ପରେ ଗୋଟିଏ…