ଆଞ୍ଚଳିକ ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର Angul OnlineSeptember 11, 2021September 11, 2021 ପାଲଲହଡା – ଅନୁଗୁଳ ଜିଲ୍ଲା ପାଳଲହଡା ବ୍ଲକ ଖମାର ରେଞ୍ଜ ବାଲିପଶି ଗାଁ ନିକଟସ୍ଥ ଖସଡ଼ା ଜଙ୍ଗଲରେ ଏକ ଦନ୍ତାହାତୀ ର ଗଳିତ ମୃତଦେହ ଠାବ ହୋଇଛି । ମୃତ ଦନ୍ତାହାତୀର ବୟସ କୋଡିଏ ରୁ ପଚିଶ ବର୍ଷ ହେବ ବୋଲି ବନବିଭାଗ ଅନୁମାନ କରୁଛି । ତେବେ ବାରହା ଶିକାର ପାଇଁ ଜଙ୍ଗଲରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ହୋଇଥିବା ନେଇ ଦେବଗଡ଼ ଡି ଏଫ ଓ କ୍ଷମା ଷଡଙ୍ଗୀ ସୂଚନା ଦେଇଛନ୍ତି । ତେବେ କିଛି ଦିନ ତଳୁ ହାତୀର ମୃତ୍ୟୁ ହୋଇଥିବା ବେଳେ ହାତୀଟିର ଦୁଇଟି ଯାକ ଦାନ୍ତ ସୁରକ୍ଷିତ ରହିଛି । ଡିଏଫଓ ଙ୍କ ସମେତ ଖମାର ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । Advertisement
ମୋଟରସାଇକେଲ ଉପରେ ପଡିଲା ଗଛ – ୩ ଗୁରୁତର ଛେଣ୍ଡିପଦା – ଅନୁଗୁଳ-ଛେଣ୍ତିପଦା ରାସ୍ତାରେ କୋଶଳା ରିସର୍ଚ୍ଚ ନର୍ସରୀ ସମ୍ମୁଖରେ ଗଛ ଭାଙ୍ଗି ମୋଟରସାଇକେଲରେ ଯାଉଥିବା ୩ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ କରଡାବାହାଳି…
ଗଛ ଡାଳ ଭାଙ୍ଗିବାରୁ ରେଳ ଚଳାଚଳ ବାଧାପ୍ରାପ୍ତ ଅନୁଗୋଳ – ଅନୁଗୋଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଜି କାଳ ବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଜୋର ପବନ ହୋଇଥିଲା । ଫଳରେ ବିଭିନ୍ନ ସ୍ଥାନରେ ଗଛ…
ଜିଲ୍ଲାସ୍ତରୀୟ ପ୍ରଧାନମନ୍ତ୍ରୀ କୃଷକ କଲ୍ୟାଣ ସମ୍ମେଳନ ଆୟୋଜିତ ଅନୁଗୁଳ – କୃଷି ବିଜ୍ଞାନ କେନ୍ଦ୍ର, ଅନୁଗୁଳ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ପ୍ରଧାନମନ୍ତ୍ରୀ କୃଷକ କଲ୍ୟାଣ ସମ୍ମିଳନୀ ଆୟୋଜନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମାନ୍ୟବର ଲୋକସଭା ସାଂସଦ…