ଆଞ୍ଚଳିକ ଦନ୍ତା ହାତୀର ଗଳିତ ମୃତଦେହ ଉଦ୍ଧାର Angul OnlineSeptember 11, 2021September 11, 2021 ପାଲଲହଡା – ଅନୁଗୁଳ ଜିଲ୍ଲା ପାଳଲହଡା ବ୍ଲକ ଖମାର ରେଞ୍ଜ ବାଲିପଶି ଗାଁ ନିକଟସ୍ଥ ଖସଡ଼ା ଜଙ୍ଗଲରେ ଏକ ଦନ୍ତାହାତୀ ର ଗଳିତ ମୃତଦେହ ଠାବ ହୋଇଛି । ମୃତ ଦନ୍ତାହାତୀର ବୟସ କୋଡିଏ ରୁ ପଚିଶ ବର୍ଷ ହେବ ବୋଲି ବନବିଭାଗ ଅନୁମାନ କରୁଛି । ତେବେ ବାରହା ଶିକାର ପାଇଁ ଜଙ୍ଗଲରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀଟିର ମୃତ୍ୟୁ ହୋଇଥିବା ନେଇ ଦେବଗଡ଼ ଡି ଏଫ ଓ କ୍ଷମା ଷଡଙ୍ଗୀ ସୂଚନା ଦେଇଛନ୍ତି । ତେବେ କିଛି ଦିନ ତଳୁ ହାତୀର ମୃତ୍ୟୁ ହୋଇଥିବା ବେଳେ ହାତୀଟିର ଦୁଇଟି ଯାକ ଦାନ୍ତ ସୁରକ୍ଷିତ ରହିଛି । ଡିଏଫଓ ଙ୍କ ସମେତ ଖମାର ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । Advertisement
ଆଇସିୟୁ ଆମ୍ବୁଲାନ୍ସ ଅନୁମୋଦନ ପାଇଁ ଜିଲ୍ଲାପାଳଙ୍କୁ ଚିଠି ଅନୁଗୁଳ – ଅନୁଗୁଳ ଜିଲ୍ଲାରେ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ରୋଗୀଙ୍କୁ ସ୍ଥାନାନ୍ତର ଏବଂ ମୃତଦେହ ସତ୍କାର କରି ନେବାପାଇଁ ବାଧକ ସାଜିଛି ଆମ୍ବୁଲାନ୍ସ…
ବାରହା ଆକ୍ରମଣରେ ଜଣେ ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା ମାଣିକଯୋଡି ପଞ୍ଚାୟତ କୂଳସର ଗାଁ ନିକଟ ଜଙ୍ଗଲରେ ବାରହା ଆକ୍ରମଣରେ ନୋଦ ନାଏକ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ…
କେନାଲରେ ବୁଡି ଶିଶୁ ମୃତ ଅନୁଗୁଳ – ଅନୁଗୋଳ ସହର ଉପକଣ୍ଠ ହେମସୁରପଡା କେନାଲରେ ବୁଡି ଆଜି ଜଣେ ଶିଶୁର ମୃତ୍ଯୁ ହୋଇଛି । ହେମସୁରପଡା କେନାଲ ହୁଡାରେ ଦୁଇ ଶିଶୁ ଖେଳୁଥିବା…