ସମସ୍ୟା ପ୍ରଶାସନ କଲା ଅଣଦେଖା – ନିଜେ ଅଣ୍ଟା ଭିଡିଲେ ଗ୍ରାମବାସୀ Angul OnlineSeptember 23, 2021September 23, 2021 ଆଠମଲ୍ଲିକ – ଗତ ଲଘୁଚାପ ବର୍ଷା ଯୋଗୁଁ ପ୍ରବଳ ପାଣି ସୁଅରେ ପୋଲ କ୍ଷତିଗ୍ରସ୍ତ ହୋଇଥିଲା । ଫଳରେ ସେହି ରାସ୍ତା ଉପରେ ନିର୍ଭର କରୁଥିବା ଲୋକ ଯିବା ଆସିବା କରିବାରେ ହଇରାଣ ହେଲେ । ଏଥିପାଇଁ ଅଞ୍ଚଳବାସୀ ପ୍ରଶାସନକୁ ଅବଗତ କରାଇ ବିପଦସଙ୍କୁଳ ଅବସ୍ଥାରେ ଥିବା ପୋଲର ତୁରନ୍ତ ମରାମତି ପାଇଁ ଦାବି କରିଥିଲେ । ହେଲେ ପ୍ରଶାସନ ସେ ଦିଗରେ ପଦକ୍ଷେପ ନେଇ ନଥିଲା । ଫଳରେ ବାଧ୍ୟହୋଇ ସ୍ଥାନୀୟ ଲୋକେ ନିଜେ ଏକାଠି ହୋଇ ପୋଲ ମରାମତି କରିଛନ୍ତି । ଏପରି ଘଟଣା ଦେଖିବାକୁ ମିଳିଛି ଆଠମଲ୍ଲିକ ବ୍ଲକ ମଇମୁରା ପଞ୍ଚାୟତ ପିତାଳିବାହାଳ ବିପ୍ରଡିହ ରାସ୍ତାରେ । ଏହି ରାସ୍ତାରେ ଥିବା ବଡତଇଲା ପୋଲ ଜଙ୍ଗଲ ବିଭାଗ ଅଧୀନରେ ରହିଥିବା ବେଳେ ଏହି ରାସ୍ତା ଉପରେ ପିତାଳିବାହାଳ, ବିପ୍ରଡିହ, ତରଣ୍ଡା ଆଦି ଗ୍ରାମବାସୀ ଯାତାୟତ ପାଇଁ ନିର୍ଭରଶୀଳ । ତେବେ ବର୍ଷା ଯୋଗୁଁ ବଡତଇଲା ନାଳ ଉପରେ ଥିବା ପୋଲର କିଛି ଅଂଶ ଧୋଇ ଯାଇଥିଲା । ପ୍ରଶାସନ ଏହାର ମରାମତି କରୁ ନ ଥିବାରୁ ଲୋକେ ଯାତାୟାତରେ ଅସୁବିଧାର ସମ୍ମୁଖୀନ ହେଉଥିଲେ । ତେଣୁ ମଙ୍ଗଳବାର ତରଣ୍ଡା ଓ ବିପ୍ରଡିହ ଗ୍ରାମବାସୀ ଏକଜୁଟ ହୋଇ ପୋଲ ମରାମତି କରିଛନ୍ତି । ଏହି ରାସ୍ତାକୁ ପୂର୍ତ୍ତ ବିଭାଗରେ ଅନ୍ତର୍ଭୁକ୍ତ କରି ପିଚୁ କରିବାକୁ ଗ୍ରାମବାସୀ ବହୁବାର ଜିଲ୍ଲା ପ୍ରଶାସନ ଠାରେ ଅଭିଯୋଗ କରିଥିଲେ ମଧ୍ୟ ଏଥପ୍ରତି ଦୃଷ୍ଟି ଦିଆଯାଉ ନାହିଁ । ତୁରନ୍ତ ଏଥି ପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି । Advertisement
ବସଷ୍ଟାଣ୍ଡରେ ଟଳି ପଡିଲା ପୁରୁଣା ଗଛ – ଅଳ୍ପକେ ବର୍ତ୍ତିଲେ ଅନେକ ଲୋକ ଅନୁଗୁଳ – ଅନୁଗୁଳ ବସଷ୍ଟାଣ୍ଡଠାରେ ଆଜି (ମଙ୍ଗଳବାର) ସନ୍ଧ୍ୟା ପ୍ରାୟ ୯ ଟା ସମୟରେ ଥିବା ଏକ ପ୍ରାୟ ଏକ ଶହ ବର୍ଷ ବିରାଟ ଅଶ୍ୱସ୍ଥ ଗଛ…
ମୈତ୍ରୀ କମ୍ପାନୀ ଇଡି ଓ କର୍ମଚାରୀ ଗ୍ରାମବାସୀଙ୍କ ଦ୍ଵାରା ଅଟକ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ବ୍ଲକ ଅନ୍ତର୍ଗତ ଗୋପୀବଲ୍ଲଭପୁର ଗ୍ରାମବାସୀ ମାନେ ବୁଧବାର ଦିନ ମୈତ୍ରୀ କମ୍ପାନୀର ଇଡି ସତ୍ୟନାରାୟଣ , ଫିଲ୍ଡଅଫିସର କୈଳାସ ଚନ୍ଦ୍ର…
ବିଭିନ୍ନ ସମସ୍ୟାର ସମାଧାନ ଦାବୀ ରେ ରାଜସ୍ବ କମିଶନରଙ୍କୁ ଦାବୀପତ୍ର ଅନୁଗୁଳ – ଅନୁଗୁଳ ଜିଲ୍ଲାର ବିଭିନ୍ନ ସମସ୍ୟାର ସମାଧାନ ଦାବୀରେ ଅନୁଗୁଳ ଜିଲ୍ଲା ସଚେତନ ନାଗରିକ ପକ୍ଷରୁ ଅନୁଗୁଳ ଗସ୍ତରେ ଥିବା ରାଜସ୍ବ କମିଶନର ଅନିଲ୍ ସାମଲଙ୍କୁ…