ମୁଖ୍ୟ ଖବର ମଞ୍ଚାରୁ ଟାଣି ମାରିଲା ହାତୀ – ଜଣେ ମୃତ , ଖସିଗଲେ ଦୁଇ Angul OnlineOctober 15, 2021October 15, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ପୁରୁଣାକୋଟ ଥାନା କୋହ୍ଲସର ଗାଁରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ହୋଇଛି । ମଞ୍ଚାରେ ଧାନ ଜଗିବାକୁ ଥିବା ବେଳେ ବିଳମ୍ବିତ ରାତିରେ ହାତୀ ମଞ୍ଚା ଭାଙ୍ଗିବା ସହ ଆକ୍ରମଣ କରିବାରୁ କୋହ୍ଲସର ଗାଁର ପ୍ରକାଶ ସାହୁ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ବନ୍ୟଜନ୍ତୁ ଫସଲ ନଷ୍ଟ କରୁଥିବାରୁ ରାତିରେ ଧାନ ଜଗିବାକୁ ପ୍ରକାଶ ଓ ଅନ୍ୟ ଦୁଇଜଣ ମଞ୍ଚାରେ ଶୋଇଥିଲେ । ତେବେ ବିଳମ୍ବିତ ରାତିରେ ୩ ଟି ହାତୀ ଆସି ସେମାନଙ୍କୁ ଆକ୍ରମଣ କରିଥିଲେ । ହାତୀପଲ ସେମାନଙ୍କ ମଞ୍ଚା ଭାଙ୍ଗି ଆକ୍ରମଣ କରିବାକୁ ଚେଷ୍ଟା କରିଥିବା ବେଳେ କୌଶଳକ୍ରମେ ଦୁଇଜଣ ଖସି ଯାଇଥିଲେ । ହେଲେ ପ୍ରକାଶ ହାତୀ ହାବୁଡରେ ପଡିଯାଇଥିଲେ । ହାତୀ ପ୍ରକାଶଙ୍କୁ ବିଲ ଭିତରେ ଦଳି ଦେବାରୁ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା । ଖବର ପାଇ ବନ ବିଭାଗ ଓ ପୁଲିସ ପହଞ୍ଚି ଘଟଣାର ତଦନ୍ତ କରିଛି । Advertisement
ଦୁଇ ଦୁର୍ନୀତିଗ୍ରସ୍ତଙ୍କୁ ବାଧ୍ୟତାମୂଳକ ଅବସର ଭୁବନେଶ୍ୱର – ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଜି ସରକାର ପୁଣି ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ…
ହାତୀ ଆକ୍ରମଣରେ ବୃଦ୍ଧ ମୃତ ଅନୁଗୋଳ – ଅନୁଗୋଳ ଜିଲ୍ଲା ବ୍ଲକ ବନ୍ତଳା ବନାଞ୍ଚଳରେ ପୁଣି ହାତୀ ଆକ୍ରମଣରେ ଆଜି ସକାଳୁ ଜଣେ ବୃଦ୍ଧଙ୍କ ଜୀବନ ଯାଇଛି। ବୃଦ୍ଧ ଜଣଙ୍କ ଶୌଚ ହେବାକୁ…
ବିଚାରାଧୀନ କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଅନୁଗୁଳ – ଅନୁଗୁଳ କାରାଗାରରେ ବିଚାରାଧୀନ ଅବସ୍ଥାରେ ଥିବା ଜଣେ କଏଦୀଙ୍କ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତ କଏଦୀ ଜଣଙ୍କ…