ମୁଖ୍ୟ ଖବର ଟ୍ରେନ ଧକ୍କାରେ ଖୁଡି-ପୁତୁରା ମୃତ Angul OnlineOctober 17, 2021October 17, 2021 ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା ଜାମ୍ବୁନାଳୀ ଗାଁ ନିକଟରେ ଏକ ଅଘଟଣ ଘଟି ଯାଇଛି । ରେଳ ଧାରଣା ପାର ହେଉଥିବା ବେଳେ ଟ୍ରେନ ଧକ୍କାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଦୁଇଜଣ ସମ୍ପର୍କରେ ଖୁଡି ଓ ପୁତୁରା ହେବେ ବୋଲି ଜଣା ପଡ଼ିଛି । ସୂଚନା ଅନୁସାରେ ପାଇକସାହି ଅଞ୍ଚଳର ୩୫ ବର୍ଷୀୟା ବାସ ନାୟକ ଓ ତାଙ୍କ ୧୯ ବର୍ଷୀୟ ପୁତୁରା ଜଣେ ସମ୍ପର୍କୀୟଙ୍କ ଘରକୁ ଯାଇ ଫେରୁଥିବା ବେଳେ ଜାମ୍ବୁନାଳୀ ନିକଟରେ ଯାଇଥିବା ରେଳ ଧାରଣା ପାର ହେଉଥିଲେ । ତେବେ ଦ୍ରୁତ ଗତିରେ ଆସୁଥିବା ଏକ ଟ୍ରେନ ହଠାତ ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ଉଭୟଙ୍କ ମୃତ୍ୟୁ ହୋଇଛି । ଖବର ପାଇ ହଣ୍ଡପା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଛି । Advertisement
ଟ୍ରକ ଧକ୍କାରେ ମହିଳାଙ୍କ ମୃତ୍ଯୁ ଅନୁଗୁଳ – ଜାତୀୟ ରାଜପଥ ୧୪୯ ରେ ଟ୍ରକ୍ ଦୁର୍ଘଟଣାରେ ଜଣେ ନର୍ସଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ , ବଅଁରପାଳ ଡାକ୍ତରଖାନାରେ ଅସ୍ଥାୟୀ ନର୍ସ…
ଦୁର୍ଘଟଣାରେ ମହିଳା ମୃତ ଅନୁଗୁଳ – ଅନୁଗୁଳ ଜିଲ୍ଲା କାଙ୍ଗୁଲା ନିକଟରେ ଏକ ସଡକ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଜଣଙ୍କ ସେହି ଗାଁର ଚାନ୍ଦ…
ଜାତୀୟ ରାଜପଥ ପାଇଁ ଉଚ୍ଚ ସ୍ତରୀୟ ବୈଠକ – ଦେଢ ମାସ ଭିତରେ ସରିବ ମରାମତି କାମ ଅନୁଗୁଳ – ଅନୁଗୁଳ ଜିଲ୍ଲା ଦେଇ ଯାଇଥିବା ଜାତୀୟ ରାଜପଥ ୫୫ ର ଦୁରବସ୍ଥା ନେଇ ଆଜି ଅନୁଗୁଳ ଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ…