ଅପରାଧ ସାମାନ୍ୟ ବଚସାରୁ ହତ୍ୟା ଅଭିଯୋଗ – ଜଣେ ଗିରଫ Angul OnlineOctober 19, 2021October 19, 2021 ଅନୁଗୁଳ – ଅନୁଗୁଳ ଥାନା ରାଜକିଶୋରପଡ଼ାଠାରେ ସାମାନ୍ୟ ବଚସାରୁ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ରାଜକିଶୋର ପଡ଼ାର ପ୍ରସନ୍ନ କୁମାର ମହାନ୍ତି ଓ ଲୁଲୁ ଓରଫ ପ୍ରଦୀପ ଶତପଥିଙ୍କ ମଧ୍ୟରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା । ଏହି ପାଟିତୁଣ୍ଡ ବେଳେ ପ୍ରଦୀପ ଉତକ୍ଷିପ୍ତ ହୋଇ ପ୍ରସନ୍ନଙ୍କୁ ଠେଲି ଦେଇଥିଲେ । ପ୍ରଦୀପ୍ତଙ୍କ ଧକ୍କାରେ ପ୍ରସନ୍ନ ତଳେ ପଡ଼ିଯାଇଥିବା ବେଳେ ଗୁରୁତର ହୋଇ ଯାଇଥିଲେ । ତାଙ୍କୁ ସଙ୍ଗେ ସଙ୍ଗେ ଅନୁଗୁଳ ଜିଲ୍ଲା ଚିକିତ୍ସାଳୟକୁ ନିଆ ଯାଇଥିଲା । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏ ନେଇ ପ୍ରସନ୍ନଙ୍କ ପରିବାର ତରଫରୁ ଅନୁଗୁଳ ଥାନାରେ ଲିଖିତ ଅଭିଯୋଗ କରାଯାଇଚ୍ଚି । ପୁଲିସ ଘଟଣାରେ ଏକ ମାମଲା ରୁଜୁକରି ପ୍ରଦୀପଙ୍କୁ ଗିରଫକରି କୋର୍ଟ ଚାଲାଣ କରିଛି । Advertisement
ଯୌତୁକଜନିତ ବଧୂହତ୍ୟା ଅଭିଯୋଗ – ସ୍ଵାମୀ ଶଶୁର ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ଥାନା ଲାଛବନ୍ଧ ଗ୍ରାମରେ ଯୌତୁକ ଦାବିରେ ଜଣେ ବଧୂକୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି । ପୁଲିସ…
ମୋବାଇଲ ଚୋରୀ ଅଭିଯୋଗରେ ୩ କୋର୍ଟ ଚାଲାଣ ଅନୁଗୁଳ – ଅନୁଗୁଳ ଥାନା ହେମସୁରପଡ଼ା ଅଞ୍ଚଳରୁ ଦୁଇଟି ମୋବାଇଲ ଚୋରୀ ହୋଇଥିବା ଘଟଣାରେ ପୁଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ।…
ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଅନୁଗୁଳ – ଅନୁଗୁଳ ଜିଲ୍ଲା ଖାମାର ଥାନା ଅଂଚଳରେ ୨୦୨୦ ମସିହାରେ ଜଣେ ନାବାଳିକାକୁ ଅପହରଣ ଓ ବଳାତ୍କାର ମାମଲାରେ ଅନୁଗୁଳ ଅତିରିକ୍ତ ଜିଲ୍ଲା ଓ ଦୌରାଜକ…