ଆଞ୍ଚଳିକ ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ Angul OnlineOctober 24, 2021October 24, 2021 ଅନୁଗୁଳ – ଅନୁଗୁଳର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଉଦ୍ୟମ ଫାଉଣ୍ଡେସନର ପ୍ରଥମ କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ମନ୍ଦରଗିରି ମଠ ଠାରେ ଅନୁଷ୍ଠିତ ହୋଇ ଯାଇଛି । ଏହି ସଭାରେ ସଂଗଠନର ଆଗାମୀ କାର୍ଯ୍ୟପନ୍ଥା ସମ୍ପର୍କରେ ଆଲୋଚନା ହେବା ସହିତ ସଂଗଠନର ବିଭିନ୍ନ ପଦ ଘୋଷିତ ହୋଇଥିଲା । ସଂଗଠନର ସଭାପତି ଭାବେ ବାପୁଜୀ ପ୍ରଧାନ ଚୟନ ହୋଇଥିବା ବେଳେ ସାଧାରଣ ସମ୍ପାଦକ ଭାବେ ପିନାକୀ ପ୍ରସାଦ ସିଂ ନିର୍ବାଚିତ ହୋଇଛନ୍ତି । ଆଗାମୀ ଦିନରେ ଉଦ୍ୟମ ଫାଉଣ୍ଡେସନ ପକ୍ଷରୁ ବୃକ୍ଷରୋପଣ ଓ ସଂରକ୍ଷଣ , ପଶୁ ପକ୍ଷୀ ସେବା , ଶିକ୍ଷା ଓ ସ୍ବାସ୍ଥ ସଚେତନତା ଓ ସେବା , ଅସହାୟଙ୍କୁ ବସ୍ତ୍ର ଦାନ , ଶିଶୁ ଶ୍ରମିକ ପ୍ରଥା ଉଚ୍ଛେଦ ଓ ସ୍ବେଚ୍ଛାକୃତ ରକ୍ତ ଦାନ ସେବା ଆଦି ଜନ କଲ୍ୟାଣ କାର୍ଯ୍ୟ ପ୍ରତି ଗୁରୁତ୍ଵ ଦିଆଯିବ ବୋଲି ସଂଗଠନର ସଭାପତି ସୁଚନା ଦେଇଛନ୍ତି । Advertisement
ହାଇୱା ପଛରେ ଧକ୍କାଦେଲା ବସ୍ ଅନୁଗୁଳ – ଜାତୀୟ ରାଜପଥ ୫୫ ରେ ଦୁର୍ଘଟଣା । ହାଇୱା ପଛରେ ଧକ୍କା ଦେଲା ବସ୍ । ଯାହା ଫଳରେ ୬ ଜଣ ଆହତ ହୋଇ…
ଜଳ ସଂରକ୍ଷଣ ଆନିକଟ ପାଇଁ ୨୨୧ କୋଟି ଟଙ୍କା ମଞ୍ଜୁର – ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ଜିଲ୍ଲା ବିଜେଡ଼ି ଅନୁଗୁଳ – ଜଳ ସଂରକ୍ଷଣ ଆନିକଟ ପାଇଁ ୨୨୧ ତାଙ୍କ ମଞ୍ଜୁର କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଜିଲ୍ଲାର ସମସ୍ତ ବିଧାୟକ । ବିନା ବିସ୍ଥାପନରେ ସୀମିତ…
ଜେଏସପି ଫାଉଣ୍ଡେସନ ପକ୍ଷରୁ ମମତା କେନ୍ଦ୍ରକୁ ସହୟତା ଅନୁଗୋଳ – ଅନୁଗୋଳ ଜିଲ୍ଲା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର(ଜେଏସପି)ର ସାମାଜିକ ଦାୟିତ୍ଵବୋଧ ଶାଖା ଜେଏସପି ଫାଉଣ୍ଡେସନ ପକ୍ଷରୁ ମଙ୍ଗଳବାର ଫୋଲ୍ଡେବୁଲ କାଉଚ ସହ ବିଭାଜନ ପରଦା…