ମୁଖ୍ୟ ଖବର ହାତୀ ଆକ୍ରମଣରେ ଯୁବକ ମୃତ Angul OnlineOctober 29, 2021October 29, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ବ୍ଲକ ପରା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଯୁବକ ମୃତ । ମୃତକ ଜଣଙ୍କ ପରା ଗ୍ରାମର ସୋମନାଥ ସାହୁ ବୋଲି ଜଣା ପଡିଛି । ସୋମନାଥ ଆଜି ଭୋର ସମୟରେ ଗାଁ ପାଖରେ ଥିବା ବାଘଦରି ପଣସ ତଇଳା ନିକଟ ନିଜ ବାଇଗଣ ବଗିଚାରୁ ବାଇଗଣ ତୋଳି ଫେରୁଥିବା ବେଳେ ସୋମନାଥଙ୍କୁ ଏକ ହାତୀ ଆକ୍ରମଣ କରିଥିଲା । ହାତୀ ଆକ୍ରମଣରେ ସୋମନାଥଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇ ଥିଲା l ତେବେ ଘଟଣା ସ୍ଥଳକୁ ବନ ବିଭାଗ ପହଞ୍ଚି ନଥିବାରୁ ଗ୍ରାମରେ ଚାପା ଉତ୍ତେଜନା ଦେଖା ଦେଇଥିଲା । ପରେ ବନ ବିଭାଗ ଓ ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା । Advertisement
୪ ଡକାୟତ ଗିରଫ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୁଲିସ ୪ ଡ଼କାୟତଙ୍କୁ ଗିରଫ କରିଛି । ଏହି ଚାରିଜଣ ଡକାୟତଙ୍କୁ ପୁଲିସ ଗିରଫ କରିବାସହ ତାଙ୍କଠାରୁ ୨୧ହଜାର ଟଙ୍କା…
ଅନୁଗୋଳ ଜିଲ୍ଲା ଟ୍ରକ୍ ମାଲିକ ସଂଘ ନିର୍ବାଚନ – ଦ୍ଵିତୀୟ ଥର ପାଇଁ ଅମ୍ବିକା ସଭାପତି ଅନୁଗୋଳ – ଚଳିତ ୨୦୨୩-୨୫ ବର୍ଷ ପାଇଁ ଅନୁଗୋଳ ଜିଲ୍ଲା ଟ୍ରକ୍ ମାଲିକ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ରବିବାର ଦିନ ସଂଘ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ…
ଆମ୍ବତୋଟାରୁ ମହିଳାଙ୍କ ଗଳିତ ଶବ ଠାବ ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ଥାନା ତୁବେ ଗାଁର ବଡବନ୍ଧ ଆମ୍ବତୋଟାରୁ ଏକ ଅଜଣା ମହିଳାଙ୍କ ଗଳିତ ଶବ ଶନିବାର ଠାବ କରାଯାଇଛି । ସୂଚନା…