ରାଜନୀତି ହଜାର ହଜାର ସମର୍ଥକଙ୍କ ସହ ପଦ୍ମ ଧରିଲେ ସଞ୍ଜୀବ Angul OnlineNovember 19, 2021November 19, 2021 ଭୁବନେଶ୍ୱର – ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଞ୍ଜୀବ ସାହୁ । ନିଜର ହଜାର ହଜାର ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ଉପସ୍ଥିତିରେ ଆଜି ସେ ବିଜେପିରେ ସାମିଲ ହୋଇଛନ୍ତି । ଗତ ବିଧାନସଭା ନିର୍ବାଚନରେ ବିଜେଡି ସଞ୍ଜୀବ ସାହୁଙ୍କୁ ପ୍ରାର୍ଥୀ କରି ନଥିଲା । ତାଛଡ଼ା ଲଗାତାର ଦଳରେ ଅଣଦେଖା କରାଯାଉଥିବାରୁ ସେ ଅସନ୍ତୁଷ୍ଟ ଥିଲେ । ସେ ବିଜେପିରେ ସାମିଲ ହେଉଥିବା ଚର୍ଚ୍ଚା ହେଉଥିଲା । କିଛି ଦିନ ତଳେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । ତେବେ ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ସେ ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ଅନ୍ୟ ବିଜେପି ନେତାଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି । ବିଜେପି ପାର୍ଟି ହେଡକ୍ୱାର୍ଟରରେ ଆୟୋଜିତ ସଭାରେ ସଞ୍ଜୀବ ସାହୁ ତାଙ୍କର ପ୍ରାୟ ହଜାର ହଜାର ସମର୍ଥକଙ୍କ ସହ ବିଜେପିରେ ମିଶିଛନ୍ତି । ସଂଜୀବ ସାହୁ ଆଠମଲ୍ଲିକରୁ ୨୦୦୯ ଏବଂ ୨୦୧୪ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ୨୦୦୯ ମସିହାରେ ସେ ୧୮ହଜାର ୯୮୧ ଖଣ୍ଡ ଭୋଟ୍ରେ କଂଗ୍ରେସର ମୌସୁମୀ ପ୍ରଧାନଙ୍କୁ ପରାସ୍ତ କରିଥିଲେ । ୨୦୧୪ ମସିହାରେ କଂଗ୍ରେସର ସୁରେନ୍ଦ୍ର କୁମାର ପ୍ରଧାନଙ୍କୁ ୧୯ ହଜାର ୫୩୩ ଖଣ୍ଡ ଭୋଟ୍ରେ ପରାସ୍ତ କରିଥିଲେ । ତଥାପି ୨୦୧୯ ମସିହାରେ ବିଜେଡ଼ି ସଞ୍ଜୀବଙ୍କ ବଦଳରେ ରମେଶ ଚନ୍ଦ୍ର ସାଏଙ୍କୁ ଟିକେଟ୍ ଦେଇଥିଲା । ଏହା ପରଠୁ ସଞ୍ଜୀବ ବିଜେଡି ଉପରେ ଅସନ୍ତୁଷ୍ଟ ଥିଲେ । Advertisement
ଅଗ୍ନିସ୍ୱରୂପା ମା’ ହିଙ୍ଗୁଳାଙ୍କ ଯାତ୍ରାରେ ସାମିଲ ହୋଇ ନିଜକୁ ସୌଭାଗ୍ୟଶାଳୀ ମନେ କରୁଛି – ଧର୍ମେନ୍ଦ୍ର ପ୍ରଧାନ ତାଳଚେର – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ଠାକୁରାଣୀଙ୍କୁ ଦର୍ଶନ କରିଛନ୍ତି…
ବିଜେଡ଼ି ଆଭ୍ୟନ୍ତରୀଣ ବିବାଦ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡିଲାଣି ଅନୁଗୁଳ – ସାଧାରଣ ନିର୍ବାଚନ ପାଖେଇ ଆସୁଥିଉବା ବେଳ ବିଭିନ୍ନ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । କିନ୍ତୁ ଏହି ସମୟରେ ଜିଲ୍ଲାରେ ବାହାରିଛି…
ପଞ୍ଚାୟତ ନିର୍ବାଚନ ଅଧିସୂଚନା ପ୍ରକାଶ ପାଇଲା ଅନୁଗୁଳ – ଆଜି ପ୍ରକାଶ ପାଇଲା ରାଜ୍ୟ ସ୍ତରୀୟ ପଞ୍ଚାୟତ ନିର୍ବାଚନ ଅଧିସୂଚନା । ଏଥି ସହିତ ଅନୁଗୁଳ ଜିଲ୍ଳାପାଳ ଜିଲ୍ଲା ସ୍ତରୀୟ ନିର୍ବାଚନ ଅଧିସୂଚନା ତାଲିକା…