ମୁଖ୍ୟ ଖବର ମର୍ମଦୁନ୍ତ ସଡକ ଦୁର୍ଘଟଣା -୨ ମୃତ Angul OnlineDecember 4, 2021December 4, 2021 ଅନୁଗୁଳ – ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ -୬୩ର ଅନୁଗୁଳ-ଛେଣ୍ଡିପଦା ରାସ୍ତାରେ ବିଳମ୍ବିତ ରାତିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କଟକ ଓ ପରେ ଭୁବନେଶ୍ଵର ସ୍ଥାନାନ୍ତରିତ କରା ଯାଇଛି । ସୂଚନା ଅନୁସାରେ ଅନୁଗୁଳ ପଟରୁ ଏକ ଇନୋଭା କାର ଛେଣ୍ଡିପଦା ଆଡକୁ ଯାଉଥିବା ବେଳେ ନିଶାସ୍ଥିତ ଜିନ୍ଦଲ ପ୍ଳାଣ୍ଟ ନିକଟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକ ମାନଙ୍କ ମଧ୍ୟରୁ ଜଣେ ଜରାସିଂହା ଗାଁ ସୌମ୍ୟ ସାହୁ ଓ ଅନ୍ୟ ଜଣଙ୍କର ପରିଚୟ ମିଳି ପାରି ନାହିଁ । ଗାଡିରେ ୪ ଜଣ ବସିଥିବା ବେଳେ ଟାଙ୍ଗିରୀ ଗାଁ ର ଚିନ୍ମୟ ସାହୁକୁ ନିଶା ପୁଲିସ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା । ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ପ୍ରଥମେ କଟକ ଓ ପରେ ଭୁବନେଶ୍ବର ସ୍ଥାନାନ୍ତରୀତ କରା ଯାଇଛି । ପୁଲିସ ଘଟଣାର ତଦନ୍ତ କରୁଛି । Advertisement
ବିଷଧର ସାପ କାମୁଡ଼ାରେ ଝିଅ ମୃତ ମା ଗୁରୁତର ଅନୁଗୁଳ – ଅନୁଗୁଳ ସହର ଉପକଣ୍ଠ ଖଲାରି ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟି ଯାଇଛି । ବିଷଧର ସାପ କାମୁଡାରେ ଝିଅର ମୃତ୍ୟୁ ହୋଇଥିବା…
ରେଞ୍ଜ ଅଫିସର ନିଲମ୍ବିତ ଅନୁଗୁଳ – ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ହାତୀ ଦାନ୍ତକୁ ନେଇ ଯାଇ ମାଟିତଳେ ଦନ୍ତା ହାତୀକୁ ପୋତି ଦେବା ଘଟଣାରେ ସ୍ଥାନୀୟ ରେଞ୍ଜ ଅଫିସର ହରିଶ୍ଚନ୍ଦ୍ର ପ୍ରଧାନଙ୍କୁ…
ଭଉଣୀକୁ ହତ୍ୟା ଘଟଣାରେ ଭାଇ ସମେତ ତିନି ଗିରଫ ବଅଁରପାଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ଲଙ୍ଗୁଳିଆବେଡ଼ା ଗ୍ରାମରେ ଘର ସମ୍ପତ୍ତିରେ ଭାଗକୁ ନେଇ ଭଉଣୀକୁ ହତ୍ୟା ଘଟଣାରେ ପୁଲିସ ଅଭିଯୁକ୍ତ ଭାଇ ସମେତ…