ମୁଖ୍ୟ ଖବର ମର୍ମଦୁନ୍ତ ସଡକ ଦୁର୍ଘଟଣାର ଲାଇଭ ଭିଡିଓ Angul OnlineDecember 4, 2021December 4, 2021 ମର୍ମଦୁନ୍ତ ସଡକ ଦୁର୍ଘଟଣାର ଲାଇଭ ଭିଡିଓ ଅନୁଗୁଳ – ମର୍ମଦୁନ୍ତ ସଡକ ଦୁର୍ଘଟଣାର ଲାଇଭ ଭିଡିଓ । ଅନୁଗୁଳ ଜିଲ୍ଲା ରାଜ୍ୟ ରାଜପଥ -୬୩ର ଅନୁଗୁଳ-ଛେଣ୍ଡିପଦା ରାସ୍ତାରେ ଗତକାଲି(ଶୁକ୍ରବାର) ବିଳମ୍ବିତ ରାତିରେ ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣଙ୍କର ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କଟକ ଓ ପରେ ଭୁବନେଶ୍ଵର ସ୍ଥାନାନ୍ତରିତ କରା ଯାଇଛି । ସୂଚନା ଅନୁସାରେ ଅନୁଗୁଳ ପଟରୁ ଏକ ଇନୋଭା କାର ଛେଣ୍ଡିପଦା ଆଡକୁ ଯାଉଥିବା ବେଳେ ନିଶାସ୍ଥିତ ଜିନ୍ଦଲ ପ୍ଳାଣ୍ଟ ନିକଟରେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକ ମାନଙ୍କ ମଧ୍ୟରୁ ଜଣେ ଜରାସିଂହା ଗାଁ ସୌମ୍ୟ ସାହୁ ଓ ଅନ୍ୟ ଜଣଙ୍କର ପରିଚୟ ମିଳି ପାରି ନାହିଁ । ଗାଡିରେ ୪ ଜଣ ବସିଥିବା ବେଳେ ଟାଙ୍ଗିରୀ ଗାଁ ର ଚିନ୍ମୟ ସାହୁକୁ ନିଶା ପୁଲିସ ଗୁରୁତର ଅବସ୍ଥାରେ ଉଦ୍ଧାର କାରୀ ଅନୁଗୁଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା । ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ତାଙ୍କୁ ପ୍ରଥମେ କଟକ ଓ ପରେ ଭୁବନେଶ୍ବର ସ୍ଥାନାନ୍ତରୀତ କରା ଯାଇଛି । ଏହି ଦୁର୍ଘଟଣାର ଲାଇଭ ଭିଡିଓ ଏବେ ଦେଖିବାକୁ ମିଳିଛି । କିଭଳି ଉଭୟ ଗାଡି ଦ୍ରୁତ ଗାଟିରେ ମୁହାଁମୁହିଁ ଧକ୍କା ହେଉଛନ୍ତି । Advertisement
ଗେଲ ଇଣ୍ଡିଆର ଏକ ପାଇପ ଲାଇନରୁ ଗ୍ଯାସ ଲିକ – ଭୟଭୀତ ଅଞ୍ଚଳବାସୀ ଅନୁଗୋଳ – ଅନୁଗୋଳ ଜିଲ୍ଲା ପିଙ୍ଗୁଆ ଠାରେ ଗ୍ୟାସ ପାଇପଳାଇନରୁ ଗ୍ୟାସ ଲିକ ହୋଇଥିଲା ଯାହା ଫଳରେ ପିଙ୍ଗୁଆ ଲୋକ ଭୟଭୀତ ହୋଇ ପଡିଥିଲେ । ସୂଚନା…
ମା ହିଙ୍ଗୁଳା ମନ୍ଦିର ହୁଣ୍ଡିରୁ ୧୦ ଲକ୍ଷ ଟଙ୍କା ସଂଗ୍ରହ ତାଳଚେର – ଅନୁଗୋଳ ଜିଲ୍ଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ହିଙ୍ଗୁଳାଙ୍କ ଗୋପାଳପ୍ରସାଦସ୍ଥିତ ପୀଠ ପରିସରରେ ଥିବା ସମସ୍ତ ହୁଣ୍ଡି ଖୋଲା ଯାଇଛି । ମା ‘ ହିଙ୍ଗୁଳା…
କାଜୁ ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା କୋଶଳା କାଜୁ ଜଙ୍ଗଲରୁ ଆଜି (ମଙ୍ଗଳବାର) ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ଜଣଙ୍କ କୋଶଳା…