ମୁଖ୍ୟ ଖବର ସହିଦ ରାଣା ପ୍ରତାପଙ୍କୁ ଝୁରୁଛି ଜନ୍ମମାଟି ତାଳଚେର Angul OnlineDecember 9, 2021December 9, 2021 ଅନୁଗୁଳ -ତାମିଲନାଡୁରେ ସେନା ହେଲିକପ୍ଟର କ୍ରାସ୍ରେ ମୃତ୍ୟୁବରଣ କରିଥିବା ଯବାନଙ୍କ ମଧ୍ୟରେ ରହିଛନ୍ତି ଜଣେ ଓଡ଼ିଆ ଯବାନ। ସହିଦ ଯବାନ ତାଳଚେର କଣ୍ଢାଳ ପଞ୍ଚାୟତ କୃଷ୍ଣଚନ୍ଦ୍ରପୁର ଗାଁର ଶ୍ରୀବତ୍ସ ଦାସଙ୍କ ପୁଅ ରାଣା ପ୍ରତାପ ଦାସ। ଯାହାଙ୍କ ଦେହାନ୍ତରେ ପରିବାର ବର୍ଗ ମ୍ରିୟମାଣ ହୋଇପଡିଥିଲା ବେଳେ ଝୁରୁଛି ଜନ୍ମମାଟି । ରାଣା ପ୍ରତାପ ବାୟୁସେନାର ଜୁନିୟର ୱାରେଣ୍ଟ ଅଫିସର ଭାବେ କାର୍ଯ୍ୟରତ ଥିଲେ। ପାଖାପାଖି ମାସେ ହେବ ତାମିଲନାଡୁରେ ରହିଆସୁଥିଲେ। ବାପା ଶ୍ରୀବତ୍ସ ଦାସ ଜଣେ ଅବସରପ୍ରାପ୍ତ କଲେଜ ବରିଷ୍ଠ କିରାଣୀ । ଅବସର ପରେ ସେ ଅସୁସ୍ଥ ପ୍ରାୟ ରହୁଥିବା ବେଳେ ମା ସୁଷମାଙ୍କ ମାନସିକ ସ୍ଥିତି ଭଲ ନାହିଁ। ବୟସର ଅପରାହ୍ନରେ ୩୫ବର୍ଷର ପୁଅକୁ ହରାଇବାର ଦୁଃଖ ସହିପାରିବେନି ବୋଲି ବାପା-ମାଙ୍କୁ ରାଣାଙ୍କ ସମ୍ପର୍କରେ ଅବଗତ କରାଯାଇନାହିଁ। ରାଣାଙ୍କ ପତ୍ନୀ ଶିବାଙ୍ଗୀ ଏୟାରଫୋର୍ସରେ ଡେଣ୍ଟିଷ୍ଟ ଅଛନ୍ତି। ତାଙ୍କର ବର୍ଷକର ପୁଅଟିଏ ରହିଥିବା ବେଳେ ସେ ଏବେ ବିହାରରେ କାର୍ଯ୍ୟରତ ଥିବା ସୂଚନା ମିଳିଛି । ତେବେ ରାଣା ଘରର ସାନ ପୁଅ ହୋଇଥିବା ବେଳେ ତାଙ୍କ ବିୟୋଗରେ ଗାଁରେ ଶୋକର ଛାୟା ଖେଳିଯାଇଛି। ସୂଚନାଯୋଗ୍ୟ, ଗତକାଲି ମଧ୍ୟାହ୍ନରେ ସିଡିଏସ୍ ବିପିନ ରାୱତ, ତାଙ୍କ ପତ୍ନୀଙ୍କ ସମେତ ୯ ଜଣ ସଦସ୍ୟ ଓ ୪ ଜଣ କ୍ରିଉ ମେମ୍ବର ୱେଲିଂଟନ୍ ଯାଉଥିବା ବେଳେ ହେଲିକପ୍ଟରଟି କ୍ରାସ୍ ହୋଇ ଯାଇଥିଲା । ୧୪ ଜଣଙ୍କ ମଧ୍ୟରୁ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବାୟୁ ସେନା ଟ୍ୱିଟ୍ କରି ସୂଚନା ଦେଇଥିଲା। Advertisement
ଗାଁରେ ଅଜଣା ଜନ୍ତୁ ଆତଙ୍କ – ୧୦ ରୁ ଅଧିକ ଛେଳି ମାରି ଖାଇଦେଲା ଅନୁଗୁଳ – ଅନୁଗୁଳ ଜିଲ୍ଲା ବନ୍ତଳା ବନଖଣ୍ଡ ହିଡ଼ସିଂହ ଗାଁରେ ଅଜଣା ଜନ୍ତୁ ଆତଙ୍କ । ଆଜି(ଶନିବାର) ସନ୍ଧ୍ୟାରେ ଗାଁର ୨ ଟି ଛେଳିଙ୍କର ଅଜଣା ଜନ୍ତୁ…
ସିଙ୍ଗାରେନି କମ୍ପାନୀର ପ୍ରସ୍ତାବିତ କୋଇଲା ଖଣି ନିମନ୍ତେ ପ୍ରଦୂଷଣ ନିମନ୍ତେ ଜନଶୁଣାଣୀ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ତହସିଲର କରଡାବାହାଳି ଠାରେ ବୁଧବାର ସିଙ୍ଗାରେନି କମ୍ପାନୀର ପ୍ରସ୍ତାବିତ କୋଇଲା ଖଣି ନିମନ୍ତେ ଅନୁଗୁଳ ପ୍ରଦୂଷଣ ବିଭାଗ ପକ୍ଷରୁ ପରିବେଶ…
ପୁଣି ଜିଲ୍ଲାରେ ନକଲି କାରଖାନା ଠାବ – ଏଥର ପାଟି ସୁଆଦ ଚିପସ ଆଉ କୁରକୁରେ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଗତ କିଛିଦିନ ତଳେ ନକଲି ଖାଇବା ତେଲ ଓ ପରେ ପରେ ନକଲି ଅଟା ଓ ହଳଦୀ କାରାଖାନା ଠାବ ହୋଇଥିଲା…