ଆଞ୍ଚଳିକ ଟ୍ରକ ଧକ୍କାରେ ଜଣେ ମୃତ Angul OnlineJanuary 17, 2022January 17, 2022 ତାଳଚେର – ଅନୁଗୁଳ ଜିଲ୍ଲା ଏନଟିପିସି ଗୋଡ଼ିବନ୍ଧ ରାସ୍ତା ହରିହରପୁର ଛକ ନିକଟରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛି । ମୋଟରସାଇକେଳରେ ଦୁଇ ଜଣ ଯାଉଥିବା ବେଳେ ଏକ ଦ୍ରୁତଗାମୀ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଛି । ମୃତକ ଜଣଙ୍କ ପର୍ଜଙ୍ଗ ଥାନା ଅନ୍ତର୍ଗତ କାଦୂପଡ଼ା ଗ୍ରାମର ପ୍ରତାପ ବେହେରା ବୋଲି ଜଣା ପଡିଥିବା ବେଳେ ଆହତଙ୍କ ପରିଚୟ ମିଳି ପାରି ନାହିଁ । Advertisement
ନଅ ଦଫା ଦାବିରେ “ ଜିଲ୍ଲା ଜନଜୀବନ ସୁରକ୍ଷା କମିଟି ” ପକ୍ଷରୁ ଜନ ଆନ୍ଦୋଳନ ଅନୁଗୁଳ – ଶିଳ୍ପ ସମୃଦ୍ଧ ଅନୁଗୁଳ ଜିଲ୍ଲାର ଦୀର୍ଘ ଦିନର ଦାବି ତାଳଚେର ମେଡିକାଲ କଲେଜକୁ ଅବିଳମ୍ବେ କାର୍ଯ୍ୟକ୍ଷମ କରିବା , ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସୁପର୍ସ୍ପେସିଆଲିଟି…
ଟ୍ରକ ଧକ୍କାରେ ସ୍ଵାମୀ ମୃତ ସ୍ତ୍ରୀ ଗୁରୁତର ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ସନ୍ତ୍ରୀ ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ମୋଟରସାଇକେଲ ଉପରେ ଏକ ଟ୍ରକ୍ ଚଢି ଯିବାରୁ ଘଟଣା…
ତୁଟୁନି ପରିବହନ ବିବାଦ- ୮୦ଟ୍ରକ ମାଲିକ ଅଟକ , ଆନ୍ଦୋଳନ ଚେତାବନୀ ନାଲକୋନଗର – ନାଲକୋ ଟ୍ରକ ଓନର ୱେଲଫାୟାର ଆସୋସିଏସନ ଓ ଅନଗୁଳ ଟ୍ରକ ମାଲିକ ସଂଘକୁ ସଠିକ ମାତ୍ରାରେ ଆଲୁମିନିୟମ ପରିବହନ ମିଳୁନଥିବାରୁ ଟ୍ରକ ସଂଘ ପକ୍ଷରୁ …