ଆଞ୍ଚଳିକ ଟ୍ରକ ଧକ୍କାରେ ଜଣେ ମୃତ Angul OnlineJanuary 17, 2022January 17, 2022 ତାଳଚେର – ଅନୁଗୁଳ ଜିଲ୍ଲା ଏନଟିପିସି ଗୋଡ଼ିବନ୍ଧ ରାସ୍ତା ହରିହରପୁର ଛକ ନିକଟରେ ଏକ ସଡକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛି । ମୋଟରସାଇକେଳରେ ଦୁଇ ଜଣ ଯାଉଥିବା ବେଳେ ଏକ ଦ୍ରୁତଗାମୀ ଟ୍ରକ ସେମାନଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରା ଯାଇଛି । ମୃତକ ଜଣଙ୍କ ପର୍ଜଙ୍ଗ ଥାନା ଅନ୍ତର୍ଗତ କାଦୂପଡ଼ା ଗ୍ରାମର ପ୍ରତାପ ବେହେରା ବୋଲି ଜଣା ପଡିଥିବା ବେଳେ ଆହତଙ୍କ ପରିଚୟ ମିଳି ପାରି ନାହିଁ । Advertisement
ସାତକୋଶିଆରେ ବନ୍ୟା ପରବର୍ତ୍ତୀ ସାପ ସଚେତନତା କାର୍ଯ୍ୟକ୍ରମ ଅନୁଗୁଳ – ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ମହାନଦୀ ଅବବାହିକାରେ ଆସିଥିବା ବନ୍ୟାରେ ଅନୁଗୁଳ ଜିଲ୍ଲାର ସାତକୋଶିଆ ଅଞ୍ଚଳ ଭୟଙ୍କର ଭାବେ ପ୍ରଭାବିତ ହୋଇଥିଲା ।…
ଯନ୍ତ୍ରୀରୁ ବନିଗଲେ ଗ୍ଲୋବାଲ ଅଜା :କିଏ,କଣ ପାଇଁ ଓ କାହିକି? ପ୍ରତ୍ୟେକ ମଣିଷର କିଛି ନା କିଛି ନିଶା ରହିଥାଏ । ଯାହାକୁ ପୂରଣ କରିବା ପାଇଁ ସମସ୍ତ ସାମର୍ଥ୍ୟ ଲଗାଇଥାଏ ମଣିଷ । ସେ ଯେଉଁ ଦିଗ…
ଉତ୍କଳ ଗୌରବ ମଧୁସୂଦନଙ୍କ ୧୭୪ତମ ଜୟନ୍ତୀ ଉତ୍ସବ ସହ ଆଇନଜୀବୀ ଦିବସ ପାଳିତ ଅନୁଗୁଳ – ଅନୁଗୁଳ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ କୂଳ ଵୃଦ୍ଧ ମଧୁସୂଦନ ଦାସଙ୍କ ୧୭୪ତମ ଜୟନ୍ତୀ ଓ ଆଇନଜୀବୀ ଦିବସର ଶୁଭ ଉଦଘାଟନ ତଥା…