ମୁଖ୍ୟ ଖବର ଜେଏମଏଫସି କୋର୍ଟ ଓ ତହସିଲକୁ କଣ୍ଟେନମେଣ୍ଟ ଜୋନ Angul OnlineJanuary 20, 2022January 20, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ପ୍ରଶାସନ ପକ୍ଷରୁ ଛେଣ୍ଡିପଦା ଜେଏମଏଫସି କୋର୍ଟ କାର୍ଯ୍ୟାଳୟ ଓ ଛେଣ୍ଡିପଦା ତହସିଲ କାର୍ଯ୍ୟାଳୟକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ସୂଚନା ଅନୁସାରେ ଜେ.ଏମ.ଏଫ.ସି ଛେଣ୍ଡିପଦା କାର୍ଯ୍ୟାଳୟର ଚାରି ଜଣ କର୍ମଚାରିଙ୍କୁ କୋଭିଡ ୧୯ ପଜିଟିଭ ଚିହ୍ନଟ ହୋଇ ଥିବାରୁ ଜେ.ଏମ.ଏଫ.ସି କାର୍ଯ୍ୟାଳୟ ପତ୍ର ସଂଖ୍ୟା ୬୭ ତା ୨୦ , ୦୧ , ୨୦୨୨ ମୁତାବକ ଜେ.ଏମ.ଏଫ.ସି କାର୍ଯ୍ୟାଳୟ ଓ ତହସିଲ କାର୍ଯ୍ୟାଳୟ ପରିସର କଣ୍ଟେନେମେଣ୍ଟ ଜୋନ ଭାବେ ରହିବ । ୨୧.୦୧.୨୦୨୨ ଅପରାହ୍ନରୁ ତା ୨୮.୦୧.୨୦୨୨ ପର୍ଯ୍ୟନ୍ତ ନିସିଦ୍ଧାଞ୍ଚଳ ଘୋଷଣା କରାଗଲା । ଏ ନେଇ ଛେଣ୍ଡିପଦା ତହସିଲଦାର ଡାନିଏଲ ଏକ୍କା ଜରୁରୀ ବିଜ୍ଞାପନ ପ୍ରକାଶ କରିଛନ୍ତି । କରୋନା ସଂକ୍ରମଣ ଦୃତ ଗତିରେ ବଢୁଥିବା ବେଳେ ଜନସାଧାରଣଙ୍କ ନିରାପତ୍ତା ଦୃଷ୍ଟିରୁ ଅଦାଲତଙ୍କ ନିର୍ଦ୍ଦେଶ ଅନୁଯାୟୀ କଣ୍ଟେନେମେଣ୍ଟ ଜୋନ ଘୋଷଣା କରାଯାଇଛି ବୋଲି ତହସିଲଦାର ପ୍ରକାଶ କରିଛନ୍ତି । Advertisement
ମରଣାତ୍ମକ ଆକ୍ରମଣର ପ୍ରତିବାଦ – ଥାନାରେ ପକାଇଦେଲେ ତାଲା ଅନୁଗୁଳ – ଅନୁଗୁଳ ସଦର ମହକୁମାରେ ଗତ ସୋମବାର ବିଜୁ ଜନତା ଦଳର ତୈଳଦର ବୃଦ୍ଧି ପ୍ରତିବାଦରେ ଚାଲିଥିବା ଶୋଭାଯାତ୍ରାରେ ସ୍ଥାନୀୟ ରାଧାରମଣପଡ଼ା ଅଞ୍ଚଳର ବନିତା ସାହୁ…
କାରକୁ ଧକ୍କା ଦେଲା କାର , ଦୁର୍ଘଟଣାରେ ମା-ଝିଅ ମୃତ ଅନୁଗୁଳ – ଅନୁଗୁଳ ରୁ ଆଠଗଡ ଯାଇଥିବା ମୁଖ୍ୟ ରାସ୍ତାର ଖଣ୍ଡହତା ନିକଟରେ ଏକ ମର୍ମଦୁନ୍ତ ସଡ଼କ ଦୁର୍ଘଟଣାରେ ମା ଓ ଝିଅଙ୍କ ମୁତ୍ଯୁ ହୋଇଛି ।…
ହାତୀ ଆକ୍ରମଣରେ ମହିଳା ମୃତ ଅନୁଗୁଳ – କଣିହାଁ ବନାଞ୍ଚଳ ସାପକଟା ଗାଁ ରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ଶୁଭ ପ୍ରଧାନ ରାସ୍ତାରେ ଚାଲିଚାଲି…