ଆଞ୍ଚଳିକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା ଗ୍ରସ୍ତ – ଚାଳକ ଗରୁତର Angul OnlineFebruary 6, 2022February 6, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ତିପଦା ପୁରୁଣା ଫାୟାରଷ୍ଟେସନ ନିକଟ ନର୍ସରି ନିକଟରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ଥିବା ବେଳେ ଏହାର ଚାଳକ ଗୁରୁତର ହୋଇଥିବା ଜଣା ପଡିଛି । ଏହା ସହ ଗାଡିରେ ଥିବା ବେଳେ ହେଲପର ଓ ଫାର୍ମାସିଷ୍ଟିଙ୍କୁ ମଧ୍ୟ ଆହତ ହୋଇଛନ୍ତି l ସୂଚନା ଅନୁସାରେ ଗତ କାଲି ଏକ ୧୦୮ ଆମ୍ବୁଲାନ୍ସ ସମ୍ବଲପୁର ବୁର୍ଲା ମେଡିକାଲରୁ ରୋଗିନେଇ କଟକ ଛାଡିବା ପରେ ଆଜି ଜରପଡା-ଛେଣ୍ଡିପଦା ରାସ୍ତା ଦେଇ ସମ୍ବଲପୁରକୁ ଫେରୁଥିଲା । ତେବେ ଛେଣ୍ତିପଦା ପୁରୁଣା ଫୟାରଷ୍ଟେସନ ନିକଟ ନର୍ସରି ସମ୍ମୁଖରେ ୧୦୮ ଆମ୍ବୁଲାନ୍ସ ଆଗକୁ ହଠାତ ଏକ ଷଣ୍ଢ ଆସିଯିବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଯାଇଥିଲା । ଦୁର୍ଘଟଣାରେ ଚାଳକ ଗୁରୁତର ହୋଇଥିବା ବେଳେ ହେଲପର ଓ ଫାର୍ମାସିଷ୍ଟ ସାମାନ୍ୟ ଆହତ ହୋଇଥିବା ବେଳେ ସ୍ଥାନିୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଛେଣ୍ତିପଦା ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି । Advertisement
ଛାତ୍ରଙ୍କ ଝୁଲନ୍ତା ମୃତଦେହ ଠାବ – ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ସାପୋଇସାହି ନିକଟସ୍ଥ ଏକ ମହୁଲ ଗଛରୁ ଜଣେ କଲେଜ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି ।…
ପୁଲିସ ଏସ୍.ଆଇ. ମାନଙ୍କ ଦୀକ୍ଷାନ୍ତ ସମାରୋହ(ଭିଡିଓ) ଅନୁଗୁଳ – ଅନୁଗୁଳ ପୁଲିସ ଟ୍ରେନିଂ କଲେଜ(ପିଟିସି)ରେ ୬୦ ତମ ଏସ୍ଆଇ ବ୍ୟାଚ୍ର ଦୀକ୍ଷାନ୍ତ ସମାରୋହ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଓଡ଼ିଶା ପୁଲିସ…
ଦଶମ ଆର୍ଟ ଅଫ ଗିଭିଂ ଦିବସ ପାଳିତ ଅନୁଗୋଳ – ଅନୁଗୋଳ ଜିଲ୍ଲାର ଯଦୁନାଥ ସଂସ୍କୃତ ମହାବିଦ୍ୟାଳୟ ରେ ଦଶମ ଆର୍ଟ ଅଫ ଗିଭିଙ୍ଗ ଦିବସ ପାଳିତ ହୋଇଯାଇଛି ।ଏହି ଦିବସରେ ମୁଖ୍ୟ ଅତିଥି ଭାବେ…