ମୁଖ୍ୟ ଖବର କୂଅରୁ ଯୁବକଙ୍କ ମୃତଦେହ ଉଦ୍ଧାର Angul OnlineApril 1, 2022April 1, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାଗେଡ଼ିଆ ଗ୍ରାମର ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ ଗତକାଲି ସନ୍ଧ୍ୟାରୁ ଗ୍ରାମର ଜ୍ଞାନେନ୍ଦ୍ର ପ୍ରଧାନ ନିଖୋଜ ଥିଲେ । ଆଜି ସକାଳେ ପରିବାର ଲୋକେ ଖୋଜାଖୋଜି କରି ସନ୍ଦେହ କରି ବାଡ଼ିରେ ଥିବା କୂଅରେ ଖୋଜିବା ବେଳେ ସେ କୂଅରେ ପଡିଥିବା ଦେଖିବାକୁ ପାଇଥିଲେ । ଖବର ପାଇ ଛେଣ୍ଡିପଦା ଦମକଳ ବାହିନୀ ପହଞ୍ଚି ଜ୍ଞାନେନ୍ଦ୍ରଙ୍କ ମୃତଦେହ ଉଦ୍ଧାର କରିଥିଲେ । ମୁହଁରେ ସାମାନ୍ୟ ଦାଗ ରହିଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ଅଛି । ତାଙ୍କର ପୂର୍ବରୁ ହାପର ରୋଗ ଥିଲା । ଛେଣ୍ଡିପଦା ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି । Advertisement
ବାଣ ଭିଡୁଥିବା ବେଳେ ବିସ୍ଫୋରଣ- ଜଣେ ମୃତ ତିନିଜଣ ଗୁରୁତର ପାଲଲହଡା – ଅନୁଗୁଳ ଜିଲ୍ଲା ଖମାର ଥାନା ଇଞ୍ଜିଡ଼ି ପଞ୍ଚାୟତ ସାଆନ୍ଦା ଗ୍ରାମରେ ବାଣ ଭିଡୁ ଥିବା ବେଳେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…
କେନାଲରେ ଭାସିଗଲେ ମହିଳା ଅନୁଗୁଳ – ଗାଧେଇବା ବେଳେ କେନାଲରେ ଭାସିଗଲେ ମହିଳା । ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ଅନ୍ତର୍ଗତ ବୁଢ଼ାପଙ୍କ ଗ୍ରାମ ପଞ୍ଚାୟତ ର କେନାଲ ରେ ଗାଧୋଇଲା…
ରେଙ୍ଗାଳି ଡ୍ୟାମରୁ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ-ଖୋଲିଲା ଗୋଟିଏ ଗେଟ କଣିହାଁ – ଅନୁଗୁଳ ଜିଲ୍ଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମର ଗୋଟିଏ ଗେଟ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ କରାଯାଇଛି । ଉପରମୁଣ୍ଡରେ…