ମୁଖ୍ୟ ଖବର ତହସିଲ ଅଫିସର କନିଷ୍ଠ କିରାଣିଙ୍କ ସନ୍ଦେହଜନକ ମୃତ୍ୟୁ Angul OnlineApril 21, 2022April 21, 2022 ଅନୁଗୁଳ – ଅନୁଗୁଳ ସଦର ଥାନା ଅନ୍ତର୍ଗତ ଖଲାରି ବିଶ୍ବାଳ ସାହି ନିକଟରେ ଏକ ଭଡ଼ା ଘରେ ରହୁଥିବା ତାଳଚେର ତହସିଲ ଅଫିସର କନିଷ୍ଠ କିରାଣି ପ୍ରଶାନ୍ତ ସାହୁଙ୍କ ଗୁରୁବାର ଭୋର୍ ସମୟରେ ଘର ତଳୁ ମୃତଦେହ ଉଦ୍ଧାର ହୋଇଛି । ଦୁଇ ମହଲା କୋଠା ଛାତରୁ ୩୦ ଫୁଟ ତଳକୁ ଖସି ପଡ଼ିବାରୁ ମୁଣ୍ଡରେ ଗୁରୁତର ଆଘାତ ଲାଗି ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ପାରିପାର୍ଶ୍ବିକ ଅବସ୍ଥାରୁ ଏହା ଆତ୍ମହତ୍ୟା ବୋଲି ସନ୍ଦେହ କରାଯାଉଛି । ପ୍ରାୟ ଚାରି ମାସ ତଳେ ମା’ଙ୍କ ମୃତ୍ୟୁ ପରେ ପ୍ରଶାନ୍ତ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିଲେ ଏବଂ ଗତ କିଛିଦିନ ଧରି ସେ ମାନସିକ ଚାପଗ୍ରସ୍ତ ଥିଲେ । ମାନସିକ ଭାବେ ଭାଙ୍ଗିପଡି ଥିବାରୁ ସେ ଆତ୍ମହତ୍ୟା କରିଛନ୍ତି ନା ଛାତ ଉପରୁ ଖସିପଡି ତାଙ୍କର ଏଭଳି ମୃତ୍ୟୁ ହୋଇଛି ତାହା ତଦନ୍ତ ପରେ ଜଣା ପଡିବ । ପ୍ରଶାନ୍ତଙ୍କ ଘର ଜରପଡା ଥାନା ଅନ୍ତର୍ଗତ ବିମଳବେଡା ଗ୍ରାମରେ । ସେ ଖଲାରୀ ବିଶ୍ବାଳ ସାହିରେ ଭଡା ଘରେ ରହୁଥିଲେ । ତାଙ୍କ ସହ ତାଙ୍କ ଶାଳକ , ଆଇ ଶାଶୁ , ପ୍ରଶାନ୍ତଙ୍କ ସ୍ତ୍ରୀ ଏବଂ ଦୁଇ ମାସର ଝିଅ ରହୁଥିଲେ । ଘଟଣା ସମ୍ପର୍କରେ ଖବର ପାଇ ପୁଲିସ ତଦନ୍ତ ଆରମ୍ଭ କରିଛି । ପ୍ରଶାନ୍ତଙ୍କ ମୃତ୍ୟୁ ନେଇ ରାଜସ୍ଵ ଅମଲା ସଂଘ ପକ୍ଷରୁ ଶୋକ ପ୍ରକାଶ କରାଯାଇଛି । Advertisement
ଜିଅନ୍ତା ଜାଳିଥିଲା , ନିଜେ ଜିଅନ୍ତା ଜଳି ମଲା – ଜନ୍ମ କଲା ମା ଓ ରକ୍ତ ସମ୍ପର୍କ ଭାଇ ଓ ଭଉଣୀ ଜାଳି ମାରିଦେଲେ ଅନୁଗୁଳ – ଅନୁଗୁଳ ଜିଲ୍ଲା ହଣ୍ଡପା ଥାନା କଦଳୀମୁଣ୍ଡା ଗାଁରେ ବିଚ ରାସ୍ତାରେ ଯୁବକକୁ ବାନ୍ଧିଦେଲେ ଆଉ ତାପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ । ତା…
ଆସନ୍ତାକାଲି ୧୨ ଘଣ୍ଟିଆ ତାଳଚେର ବନ୍ଦ ତାଳଚେର – ଆସନ୍ତାକାଲି(ବୁଧବାର) ତାଳଚେର ବନ୍ଦ ଡାକରା ଦେଇଛି ତାଳଚେର ଜିଲ୍ଲା କ୍ରିୟାନୁଷ୍ଠାନ କମିଟି । ତାଳଚେରକୁ ସ୍ୱତନ୍ତ୍ର ଜିଲ୍ଲାର ମାନ୍ୟତା ଦେବା ଦାବିରେ ସକାଳ ୬…
୨ ଦୁର୍ଦାନ୍ତ ଅପରାଧୀ ଗିରଫ ତାଳଚେର – ଅନୁଗୁଳ ଜିଲ୍ଲାର ୨ ଜଣ ଦୁର୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଛି ପୁଲିସ । ଜିଲ୍ଲାର ଏନଟିପିସି ଥାନା ଅଞ୍ଚଳରେ କିଛି ଦିନ ହେବ ଟ୍ରକ୍…