ଆଞ୍ଚଳିକ ଲୋକାର୍ପଣ ହେଲା ଆଠ କୋଟି ଟଙ୍କା ଖର୍ଚ୍ଚରେ ନିର୍ମିତ ସଭାଘର Angul OnlineApril 27, 2022April 27, 2022 ଅନୁଗୁଳ – ବହୁ ପ୍ରତିକ୍ଷିତ ସଭାଘର ଆଜି ଆନୁଷ୍ଠାନିକ ଭାବେ ଅନୁଗୁଳ ବିଧାୟକ ତଥା ଓଡିଶା ବିଧାନ ସଭାର ଉପବାଚସ୍ପତି ରଜନୀକାନ୍ତ ସିଂହଙ୍କ ଦ୍ଵାରା ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ ହୋଇଯାଇଛି । ସୂଚନା ଅନୁସାରେ , ଏହି ସଭାଗୃହ ଜିଲ୍ଲା ଖଣିଜ ପାଣ୍ଠିରୁ ୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇ ଗତ ୨୦୨୧ ନଭେମ୍ବର ମାସ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁଗୁଳ ଜିଲ୍ଲା ଗସ୍ତରେ ଆସି ଏହାକୁ ଉଦଘାଟନ କରିଥିଲେ । ୩ ମହଲା ବିଶିଷ୍ଟ ଏହି ନୂତନ ସଭାଘରରେ ଅଡିଟୋରିୟମ , ବୈଠକ ପାଇଁ ଗୃହ , ବିଭିନ୍ନ କାର୍ଯ୍ୟକ୍ରମ ପରିବେଷଣ ନିମନ୍ତେ ମଞ୍ଚ ଓ ଦର୍ଶକ ଗ୍ୟାଲେରି ରହିଛି । ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ସାସଂଦ ଶ୍ରୀ ମହେଶ ସାହୁ , ତାଳଚେର ବିଧାୟକ ଶ୍ରୀ ବ୍ରଜ କିଶୋର ପ୍ରଧାନ , ପାଳଲହଡା ବିଧାୟକ ଶ୍ରୀ ମୁକେଶ କୁମାର ପାଳ , ଆଠମଲ୍ଲିକ ବିଧାୟକ ଶ୍ରୀ ରମେଶ ଚନ୍ଦ୍ର ସାଏ , ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ , ଅତିରିକ୍ତ ଜିଲ୍ଲାପାଳ ( ସାଧାରଣ ) ଶ୍ରୀ ରଜନୀକାନ୍ତ ସ୍ୱାଇଁ , ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ୱ ) ଶ୍ରୀ ସନ୍ତୋଷ କୁମାର ପ୍ରଧାନ ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ , ବିଶିଷ୍ଟ ବ୍ୟକ୍ତି ଓ ବୃଦ୍ଧିଜିବୀ ମାନେ ଉପସ୍ଥିତ ଥିଲେ । Advertisement
ଉଠା ଜଳ ସେଚନ ପାଇଁ ୨୩୯ କୋଟି ୨୭ ଲକ୍ଷ ଅନୁମୋଦନ – କୃତଜ୍ଞତା ଜ୍ଞାପନ କଲା ବିଜେଡ଼ି ଅନୁଗୁଳ – କଟକ ଓ ଅନୁଗୁଳ ଜିଲ୍ଲାରେ ପାର୍ବତୀଗିରି ବୃହତ୍ ଉଠା ଜଳସେଚନ ଯୋଜନା ପାଇଁ ୪୬୬ କୋଟି ଟଙ୍କା ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ରଥଯାତ୍ରାରେ ଜେଏସପି ଫାଉଣ୍ଡେସନ ଦ୍ବାରା ଭକ୍ତମାନଙ୍କୁ ବିଭିନ୍ନ ସେବା ପ୍ରଦାନ ଭୁବନେଶ୍ଵର – ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର…
ମହାଦ୍ୟାଳୟ କିରାଣୀଙ୍କର ସନ୍ଦେହଜନକ ମୃତ୍ୟୁ ଅନୁଗୁଳ – ଅନୁଗୁଳ ଥାନା ସରକାରୀ ସ୍ଵୟଂ ଶାସିତ ମହାଦ୍ୟାଳୟର ଜଣେ କିରାଣୀଙ୍କର ମୃତଦେହ ମହାବିଦ୍ୟାଳୟ ଫାଟକ ନିକଟରୁ ଉଦ୍ଧାର ହୋଇଛି । ମୃତକ ଜଣଙ୍କ ହେଲେ…