ଅପରାଧ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ଵାମି Angul OnlineMay 31, 2022May 31, 2022 ଅନୁଗୁଳ – ସାବିତ୍ରୀ ଅମାବାସ୍ୟା ଭଳି ଦିନରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ୱାମୀ । ଏଭଳି ଅଭାବନୀୟ ଘଟଣା ବନ୍ତଳା ଥାନା ବଡକେରା ଗାଁରେ ଘଟି ଯାଇଛି । ସୂଚନା ଅନୁସାରେ ବଡକେରା ଗାଁର ବସନ୍ତ ବେହେରା ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ କୌଣସି କାରଣ ପାଇଁ ରାତିରେ ଗଣ୍ଡଗୋଳ ହୋଇଥିଲା । ଏହି ଗଣ୍ଡଗୋଳ ବେଳେ ଉତ୍ତ୍ୟକ୍ତ ହୋଇ ବସନ୍ତ ଏକ ଟାଙ୍ଗିଆରେ ତାଙ୍କ ସ୍ତ୍ରୀ ଲିପିକୁ ଆକ୍ରମଣ କରିଥିଲେ । ଟାଙ୍ଗିଆ ଚୋଟରେ ଲିପି ସେଇଠାରେ ହିଁ ଟଳି ପଡ଼ିଥିଲେ । ଏହା ପରେ ସ୍ବାମୀ ବସନ୍ତ ନିଜେ ବିଳମ୍ବିତ ରାତିରେ ଥାନାକୁ ଯାଇ ଘଟଣା ସମ୍ପର୍କରେ ଜଣାଇବା ସହ ଆତ୍ମସମର୍ପଣ କରିଥିବା ଜଣା ପଡ଼ିଛି । ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଛି । Advertisement
୨୫ ଗ୍ରାମ ବ୍ରାଉନସୁଗାର ଜବତ , ଜଣେ ଗିରଫ ଅନୁଗୋଳ – ଅନୁଗୋଳ ଜିଲ୍ଲା ଅବକାରୀ ବିଭାଗକୁ ବ୍ରାଉନସୁଗାର ନେଇ ପୁଣି ଏକ ସଫଳତା ମିଳିଛି । ତାଳଚେର ଅଞ୍ଚଳରୁ ୨୫ ଗ୍ରାମ ବାଉନସୁଗାର ଜବତ କରିବା…
ଗଞ୍ଜେଇରୁ ଅର୍ଜିଥିବା କୋଟିଏରୁ ଊର୍ଦ୍ଧ୍ଵ ସମ୍ପତ୍ତି ଜବତ ଛେଣ୍ଡିପଦା – ନିଶା ବେପାର କରି ଅର୍ଜିଥିଲେ କୋଟି କୋଟି ଟଙ୍କା । ରାତାରାତି ହୋଇଥିଲେ କୋଟିପତି । ଏବେ କଳା ସମ୍ପତ୍ତିକୁ ଜବତ କଲା ପୋଲିସ…
ଏଟିଏମରୁ ନେଇ ପାରିଲେ ନାହିଁ ଟଙ୍କା – ନେଇଗଲେ ବ୍ୟାଟେରୀ ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କୋଶଳା ଗାଁରେ ଥିବା ଦୁଇଟି ଏଟିଏମରୁ ବିଳମ୍ବିତ ରାତିରେ ଚୋରୀ ଉଦ୍ୟମ ହୋଇଥିବା ବେଳେ ଏଥିରେ ବିଫଳ ହୋଇଛନ୍ତି…