ଆଞ୍ଚଳିକ ଆମ୍ବ ତୋଟାରୁ ବୃଦ୍ଧଙ୍କ ମୃତ୍ୟୁ ଦେହ ଉଦ୍ଧାର Angul OnlineJune 2, 2022June 2, 2022 ଅନୁଗୁଳ – ଅନୁଗୁଳ ସଦର ଥାନା କୁମୁରିସିଂହା ଗ୍ରାମର ଏକ ଆମ୍ବ ତୋଟାରୁ ଜଣେ ୫୫ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଦେହ ଉଦ୍ଧାର ହୋଇଛି । ସଦର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ କରୁଛି । ସୂଚନା ଅନୁସାରେ କୁମୁରିସିଂହା ଗ୍ରାମର ଅକ୍ଷୟ ନାଏକ ମଙ୍ଗଳବାର ଦିନ ୨ଟା ବେଳୁ ଘରୁ କେଉଁଆଡ଼େ ଚାଲି ଯାଇଥିଲେ । ପରିବାର ଲୋକେ ତାଙ୍କୁ ବହୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନଥିଲା । ତେବେ ଗ୍ରାମର କେତେକ ଲୋକ ଗତକାଲି (ବୁଧବାର) ସକାଳ ୯ଟା ବେଳକୁ କୌଣସି କାମରେ ଦେବ ମୁଣ୍ଡିଆକୁ ଯାଇଥିବା ବେଳେ ପାହାଡ଼ ନିକଟରେ ଥିବା ଆମ୍ବ ତୋଟାରେ ଅକ୍ଷୟଙ୍କ ମୃତ୍ୟୁ ଦେହ ପଡିଥିବା ଦେଖିବାକୁ ପାଇଥିଲେ । ଅକ୍ଷୟଙ୍କ ବେକରେ ଏକ ତାଳ ପତ୍ରର ଛାଲି(କୁରୁଟ) ବନ୍ଧା ହୋଇଥିଲା ଦେଖିବାକୁ ମିଳିଥିଲା । ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛନ୍ତି । ପାରିପାର୍ଶ୍ଵିକ ସ୍ଥିତିକୁ ଦେଖି ଅକ୍ଷୟଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ସନ୍ଦେହ କରୁଛନ୍ତି । ତଦନ୍ତ ପରେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହେବ ବୋଲି ପୁଲିସ କହିଛି । Advertisement
ଅନୁଗୁଳରେ ‘ମ୍ୟାନେଜମେଣ୍ଟ୍ ଶିକ୍ଷା କେନ୍ଦ୍ର’ର ଶୁଭାରମ୍ଭ ଅନୁଗୁଳ – କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଅନୁଗୁଳ ଜିଲ୍ଲାର ନାଲକୋ ନଗରରେ ଆଇଆଇଏମ ମୁମ୍ବାଇ ଓ ଆଇଆଇଏମ…
ଜିଲ୍ଲାପାଳଙ୍କ ସହ ଉନ୍ନୟନ କାର୍ଯ୍ୟର ଆଲୋଚନା କଲେ ପୂର୍ବତନ ଟାମଡା ଅଧ୍ୟକ୍ଷ ଶକ୍ତି ପଟ୍ଟନାୟକ ଅନୁଗୁଳ – ଅନୁଗୁଳ ପୌରାଞ୍ଚଳର ବିଭିନ୍ନ ଉନ୍ନୟନ କାର୍ଯ୍ୟ ପାଇଁ ପୂର୍ବତନ ଟାମଡା ଅଧ୍ୟକ୍ଷ ତଥା ଓଡ଼ିଶା ମୋ ପରିବାର ଜିଲା ସଂଯୋଜକ ଶକ୍ତି ପ୍ରସାଦ ପଟ୍ଟନାୟକ…
ଉତ୍କଳ ଡି କୋଲ ବ୍ଲକ୍ ନିମନ୍ତେ ଗ୍ରାମବାସୀଙ୍କ ସହ ତ୍ରିପାକ୍ଷିକ ବୈଠକ ଅନୁଗୁଳ – ନାଲ୍କୋର ଉତ୍କଳ ଡି କୋଲ ବ୍ଲକ୍ ପାଇଁ ଛେଣ୍ଡିପଦାର ରାଇଝରଣ ଗ୍ରାମବାସୀଙ୍କୁ ନେଇ କମ୍ପାନୀ କର୍ତ୍ତୃପକ୍ଷ ଓ ଜିଲ୍ଲା ପ୍ରଶାସନର ଏକ ତ୍ରିପାକ୍ଷିକ ବୈଠକ…