ଅପରାଧ ହାତୀଦାନ୍ତ ସହ ଜଣେ ଗିରଫ Angul OnlineJune 2, 2022June 2, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ଜରପଡା ବନାଞ୍ଚଳ କନ୍ଧକୋଇଲି ଗାଁରେ ଆଜି ଏସଟିଏଫ ଓ ବନ ବିଭାଗ ଚାଢାଉ କରି ଦୁଇଟି ହାତୀ ଦାନ୍ତ ଜବତ କରିଥିବା ବେଳେ ଦୁର୍ଯୋଧନ ପ୍ରଧାନ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି । ସୂଚନା ଅନୁସାରେ ଦୁର୍ଯୋଧନ ହାତୀ ଦାନ୍ତ ନିଜ ଘରେ ରଖିଥିବା ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଏସଟିଏଫ ଚଢାଉ କରିଥିଲା । ଘର ଜାଞ୍ଚ ବେଳେ ଘରୁ ଦୁଇଟି ହାତୀ ଦାନ୍ତ ଜବତ କରା ଯାଇଥିଲା । ପ୍ରତ୍ୟେକ ହାତୀ ଦାନ୍ତର ଓଜନ ପ୍ରାୟ ଦୁଇ କେଜି ଲେଖାଏଁ ଥିବା ଜଣା ପଡିଛି । ଏସଟିଏଫ ଦୁର୍ଯୋଧନକୁ ହାତୀ ଦାନ୍ତ ରଖିଥିବା ଅଭିଯୋଗରେ ଗିରଫ କରି ବନ ବିଭାଗକୁ ହସ୍ତାନ୍ତର କରିଛି । ଆଜି ତାଙ୍କୁ କୋର୍ଟ ଚାଲାଣ କରା ଯାଇଛି । Advertisement
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଭାବନୀୟ ଘଟଣା – ଶବକୁ ଝଡାଫୁଙ୍କା କଲା ଗୁଣିଆ ଅନୁଗୁଳ – ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଶବକୁ ଝଡାଫୁଙ୍କା କଲା ଗୁଣିଆ । ସାପ କାମୁଡିଥିବା ଜଣେ ମହିଳାଙ୍କ ମୃତ୍ୟୁ ହେବା ପରେ ଗୁଣିଆ…
ମା ଓ ପୁଅ ମିଶି କରୁଥିଲେ ନିଶା ବେପାର – ଗିରଫ କଲା ପୁଲିସ ଅନୁଗୁଳ – ମା ଓ ପୁଅ ମିଶି ବ୍ରାଉନ ସୁଗାର ବେପାର କରୁଥିବା ବେଳେ ଉଭୟଙ୍କୁ କାବୁ କଲା ପୁଲିସ । ଅନୁଗୁଳ ଟାଉନ ଥାନା ପୁଲିସ…
୯ ଜଣ ଡକାୟତକୁ ଗିରଫ କଲା ପୁଲିସ ଛେଣ୍ଡିପଦା- ଅନୁଗୁଳ ଜିଲ୍ଲା ଛେଣ୍ତିପଦା ଥାନା କଙ୍କୁରପାଳ ଗ୍ରାମ ନିକଟରେ ଡକାୟତ ଯୋଜନା କରୁଥିବା ବେଳେ ବିସ୍ୱସ୍ତ ସୁତ୍ରରୁ ଖବର ପାଇ ପୁଲିସ ୯ ଜଣ ଡକାୟତଙ୍କୁ…