ମୁଖ୍ୟ ଖବର ଜାତୀୟ ରାଜପଥ କାମ ପାଇଁ ନୂଆଁ ଠିକା ସଂସ୍ଥାକୁ ଅନୁମୋଦନ Angul OnlineJune 9, 2022June 9, 2022 ଅନୁଗୁଳ – ଦୀର୍ଘଦିନ ଧରି ବନ୍ଦ ହୋଇପଡ଼ିଥିବା ୫୫ ନମ୍ବର ଜାତୀୟ ରାଜପଥର ପ୍ରଶସ୍ତୀକରଣ କାର୍ଯ୍ୟ ପୁଣି ଆରମ୍ଭ ହୋଇଛି । ଏହି କାମ ନେଇଥିବା ଠିକାସଂସ୍ଥା ଗାୟତ୍ରୀ କନ୍ଷ୍ଟ୍ରକସନ୍ ଦେବାଳିଆ ହୋଇଯିବା ପରେ କାମ ଅଟକି ରହିଥିଲା । ଏବେ ସବ୍-କଣ୍ଟ୍ରାକ୍ଟ୍ ଜରିଆରେ ଅନ୍ୟ ଠିକା ସଂସ୍ଥା ଦ୍ବାରା କାମ କରିବାକୁ ଜାତୀୟ ରାଜପଥ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଥିଲା । ସୂଚନା ଅନୁସାରେ, ମେସର୍ସ ସି ପି ଆରୋରା ଇଞ୍ଜିନିୟର୍ସ ନାମକ ସଂସ୍ଥା ଢେଙ୍କାନାଳ-ଅନୁଗୁଳ ପ୍ୟାକେଜ-୨ର ପ୍ରଶସ୍ତୀକରଣ କାମ ଅନୁମୋଦନ ପାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆ ଯାଇଛି । ଖୁବ ଶୀଘ୍ର ବନ୍ଦ ହୋଇ ରହିଥିବା ପ୍ରଶସ୍ତିକରଣ କାମ ଆରମ୍ଭ ହେବ ବୋଲି ଆଶା ରକ୍ଷା ଯାଇଛି । Advertisement
ଋଣ ଭାର ସହି ନପାରି ଆତ୍ମହତ୍ୟା ଆଠମଲ୍ଲିକ – ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଉପଖଣ୍ଡ କିଆକଟା ଥାନା ଅଧୀନ ମୁଣ୍ଡପଡ଼ା ଛକ ନିକଟ ବିନୋଦପୁର ଜଙ୍ଗଲର ଗୋଟିଏ ମହୁଲ ଗଛରେ ବେକରେ ରଶି ଦେଇ…
ସଡକ ଦୁର୍ଘଟଣାରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ମୃତ ପାଲଲହଡା – ଅନୁଗୁଳ ଜିଲ୍ଲା ପାଲଲହଡା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୧୪୯ ବତିସୁଆଁ ଛକ ନିକଟ ରେ ଆଜି ଅପରାହ୍ନ ୫ଟା ସମୟରେ ଏକ ଟ୍ରକ…
ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ – ଜଣେ ଗିରଫ ଅନୁଗୁଳ – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା କେରଜାଙ୍ଗ ଗାଁରୁ ବିଳମ୍ବିତ ରାତିରେ ବିପୁଳ ପରିମାଣର ଚୋରା ବନ୍ଧୁକ ଓ ଗୁଳି ଜବତ କରିବା ସହ ଜଣଙ୍କୁ…