ଅପରାଧ ଦୁଇ ଚନ୍ଦନ ଗଛ ଚୋର ଗିରଫ – ଚନ୍ଦନ କାଠ ଜବତ Angul OnlineJune 23, 2022June 23, 2022 ଅନୁଗୁଳ – ଅନୁଗୁଳ ଡିଆଇଜିଙ୍କ ସରକାରୀ ବାସଭବନରେ ଥିବା ଏକ ଚନ୍ଦନ ଗଛକୁ କାଟି ସୋମବାର ଚୋରି ଉଦ୍ୟମ ହୋଇଥିଲା । ଏହା ଜଣାପଡ଼ିବା ପରେ ପୁଲିସ ଏକ ମାମଲା ରୁଜୁକରି ତନାଘନା ଚଳାଇ ଥିଲା । ଶେଷରେ ଆଜି ଅନୁଗୁଳ ପୁଲିସ ୨ ଜଣ ଚନ୍ଦନକାଠ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଡିଆଇଜିଙ୍କ ସରକାରୀ ବାସଭବନରେ ଚନ୍ଦନ ଗଛ ଚୋରୀ ଉଦ୍ୟମ ପରେ ପୁଲିସ ଅନୁଗୁଳ ସଦର ଥାନା ଅନ୍ତର୍ଗତ ରନ୍ତଲେଇରେ ଥିବା ଜାଜାବର ବସ୍ତିରେ ଚଢ଼ାଉକରିଥିଲା । ଚଢାଉ ବେଳେ ସେଠାରୁ ସେଠାରୁ ୧୧ ଖଣ୍ଡ ଚନ୍ଦନ କାଠ ଜବତ ହୋଇଥିଲା । ଚନ୍ଦନ ଗଛ ଚୋରୀ ଅଭିଯୋଗରେ ପୁଲିସ ସହ ଭିଡ଼େ ପାର୍ଦ୍ଧୀ ଓ ଶେଖର ପାର୍ଦ୍ଧୀକୁ ଗିରଫ କରିଥିଲା । ଏହା ସହ ସେମାନଙ୍କ ନିକଟରୁ ତିନୋଟି ମୋଟରସାଇକେଲ ମଧ୍ୟ ଜବତ କରା ଯାଇଛି । ସେମାନଙ୍କ ସହ ସାମିଲ ଥିବା ଅନ୍ୟ ୨ ଜଣ ଫେରାର ହୋଇଯାଇଥିବା ଜଣା ପଡିଛି । Advertisement
ପତ୍ନୀହନ୍ତାକୁ ଆଜୀବନ କାରାଦଣ୍ଡ ଅନୁଗୁଳ – ପତ୍ନୀହନ୍ତା ସ୍ୱାମୀକୁ ଆଜୀବନ କାରାଦଣ୍ଡ । ୧୫/୦୨/୧୫ ମସିହାରେ ଅନୁଗୁଳ ଶାବଳଭଙ୍ଗା ଗାଁରେ ଏହି ହତ୍ୟାକାଣ୍ଡ ଘଟିଥିଲା । ସ୍ତ୍ରୀ ରଶ୍ମିତା ବିଶ୍ୱାଳକୁ ତଣ୍ଟି…
ହାଇୱେ ପେଟ୍ରୋଲିଂ ଭ୍ୟାନ ସେବା ଆରମ୍ଭ ଅନୁଗୁଳ – ଅନୁଗୁଳ ଜିଲ୍ଲାରେ ଆରମ୍ଭ ହେଲା ହାଇୱେ ପେଟ୍ରୋଲିଂ ଭ୍ୟାନ ସେବା । ରାଜରାସ୍ତାରେ ହେଉଥିବା ଦୁର୍ଘଟଣା ଜନିତ ମୃତ୍ୟୁକୁ କମାଇବା ଉଦ୍ଦେଶ୍ୟରେ ସାରା ରାଜ୍ୟରେ…
ମୋବାଇଲରେ ଖେଳ ହେଲା କାଳ – ବାପ-ମା ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ଲୁଟି ନେଲା ସାଇବର ଲୁଟେରା ଅନୁଗୋଳ – ବାପା-ମା ଙ୍କ ମୋବାଇଲରେ ପୁଅ ଖେଳିବା ବାପ-ମାଙ୍କ ପାଇଁ କାଳ ହୋଇଛି । ପୁଅର ସାମାନ୍ୟ ଭୁଲ ଯୋଗୁଁ ବାପ-ମାଙ୍କ ଆକାଉଣ୍ଟରୁ ୨ ଲକ୍ଷ…