ମୁଖ୍ୟ ଖବର କାଜୁ ଜଙ୍ଗଲରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର Angul OnlineJune 28, 2022June 28, 2022 ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା କୋଶଳା କାଜୁ ଜଙ୍ଗଲରୁ ଆଜି (ମଙ୍ଗଳବାର) ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳା ଜଣଙ୍କ କୋଶଳା ଗାଁ ଗଙ୍ଗାସାହିର ଦ୍ରୌପଦୀ ସାହୁ ବୋଲି ଜଣା ପଡିଛି । ତାଙ୍କୁ ହତ୍ୟା ପରେ ଗଛରେ ଝୁଲାଇ ଦେଇଥିବା ସନ୍ଦେହ କରା ଯାଉଛି । ସୂଚନା ଅନୁସାରେ ଆଜି ସକାଳେ ଗାଁର କାଜୁ ଜଙ୍ଗଲରେ ଦ୍ରୌପଦୀଙ୍କ ମୃତଦେହ କାଜୁ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ଏହା ଦେଖି ସେମାନେ ଦ୍ରୌପଦୀଙ୍କ ଏକ ମାତ୍ର ପୁଅ ଓ ପୁଲିସକୁ ସୂଚନା ଦେଇଥିଲେ । ଦ୍ରୌପଦୀଙ୍କ ବେକରେ ଏକ ଧଳା ଲୁଗା ଲାଗିଥିବା ବେଳେ ତାଙ୍କ ଗୋଦା ତଳେ ଲାଗିଛି ଏବଂ ହାତ ଗଛ ଡାଳରେ ଲାଗି ରହିଛି । ଏହା ଦେଖି ତାଙ୍କୁ କେହି ହତ୍ୟା କରିଥିବା ସ୍ଥାନୀୟ ଲୋକ ସନ୍ଦେହ କରୁଛନ୍ତି । ତେବେ ଏହା ପ୍ରକୃତରେ ଆତ୍ମହତ୍ୟା ନା ହତ୍ୟା ତାହା ସ୍ପଷ୍ଟ ହୋଇ ପାରି ନାହିଁ । ପୁଲିସ ଘଟଣାର ତଦନ୍ତ ପରେ ହିଁ ପ୍ରକୃତ ଘଟଣା ଜଣା ପଡିବ । Advertisement
ଟିଉଟୋରିଆଲରେ ଚଢାଉ – ବନ୍ଧକ ଥିବା ୬୨ ଛାତ୍ରଛାତ୍ରୀ ଉଦ୍ଧାର ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେରର ଏକ ଟିଉଟୋରିଆଲରେ ବନ୍ଧକ ଥିବା ୬୨ ଜଣ ଛାତ୍ରଛାତ୍ରୀଙ୍କୁ ପୁଲିସ , ପ୍ରଶାସନ ସହାୟତାରେ ଉଦ୍ଧାର କରିଛି । ପୂର୍ବର…
ଦୁର୍ଗାବିହାର ଅଂଚଳରୁ ସେକ୍ସ ରାକେଟ ଠାବ ଅନୁଗୋଳ – ଅନୁଗୋଳ ସହର ଉପକଣ୍ଠ ଦୁର୍ଗାବିହାର ଅଂଚଳରୁ ସେକ୍ସ ରାକେଟ ଠାବ କରିଛି ଅନୁଗୋଳ ପୁଲିସ । ଅନେକ ଦିନ ହେଲା ଏକ ଭଡା ଘରେ…
ଅଜଣା ଗାଡି ଧକ୍କାରେ ଦୁଇ ମୃତ ପାଲଲହଡା – ଅନୁଗୋଳ ଜିଲ୍ଲା ପାଲଲହଡା ଠାରେ ଏକ ସଡ଼କ ଦୁର୍ଘଟଣାରେ ୨ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ୨ଜଣ ତାଳଚେର ବ୍ଲକ୍ ଅନ୍ତର୍ଗତ ଚାଳଗଡ…