ମୁଖ୍ୟ ଖବର ୪ ତାରିଖ ତାଳଚେର ବନ୍ଦ Angul OnlineJuly 3, 2022July 3, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆସନ୍ତାକାଲି(୪ ତାରିଖ) ୨୪ ଘଣ୍ଟିଆ ତାଳଚେର ବନ୍ଦ ଡାକରା ଦିଆ ଯାଇଥିବା ବେଳେ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ ଡାକରା ଦିଆ ଯାଇଛି । ସୂଚନା ଅନୁସାରେ କ୍ରିୟାନୁଷ୍ଠାନ କମିଟି କହିବା କଥା ଯେ ମେଡିକାଲ କଲେଜ ଚଳାଇବା ପାଇଁ ଏମସିଏଲ ଟଙ୍କା ଦେବାକୁ ରାଜି ହେବବା ସହ ରାଜ୍ୟ ସରକାର ଏହାକୁ ଚଳାଇବେ ବୋଲି ଘୋଷଣା କଲେ । ହେଲେ ଏହା ଭିତରେ ପ୍ରାୟ ଏକମାସ ବିତି ଗଲାଣି । କିନ୍ତୁ ଆଉ କିଛି ଅଗ୍ରଗତି ହେଉ ନାହିଁ କି ଛାତ୍ରଛାତ୍ରୀ ମାନଙ୍କର ଆଡମିସନ କରା ଯାଉନାହିଁ । ଏଣୁ ଏହାର ପ୍ରତିବାଦ କରିବା ସହ ତୁରନ୍ତ କାର୍ଯ୍ୟକ୍ଷମ କରିବା ଦାବିରେ କ୍ରିୟାନୁଷ୍ଠାନ କମିଟି ଏହି ବନ୍ଦ ଡାକରା ଦେଇଛି । ଏହାକୁ ବସ ଆସୋସିଏସନ ମଧ୍ୟ ସମର୍ଥନ ଜଣାଇଥିବା ଜଣା ପଡିଛି । Advertisement
ଟ୍ରେନରେ ଚଢିବା ବେଳେ ଗୋଡ଼ ଖସି ଜଣେ ମୃତ ଅନୁଗୋଳ – ଟ୍ରେନରେ ଚଢିବା ବେଳେ ଗୋଡ଼ ଖସି ଯିବାରୁ ଟ୍ରେନ ଚକ ତଳେ ପଡି ଜଣଙ୍କର ମୃତ୍ୟୁ ହୋଇଛି । ଏଭଳି ଘଟଣା ଅନୁଗୋଳ ଜିଲ୍ଲା…
ୱେଲଡିଙ୍ଗ୍ ଦୋକାନ ଘରୁ ମିସ୍ତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ଛେଣ୍ଡିପଦା – ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ବାଲିପଟ୍ଟା ଗ୍ରାମର ଏକ ୱେଲଡିଙ୍ଗ୍ ଦୋକାନରୁ ୱେଲଡିଙ୍ଗ ମିସ୍ତ୍ରୀଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି । ପୋଲିସ…
ଆଇ.ଟି.ଆଇ. କ୍ବାଟରରେ ନିଆଁ – ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ବାଘୁଆବୋଲ ଠାରେ ଥିବା ସରକାରୀ ଆଇଟିଆଇ କ୍ବାଟରର ଦୁଇ ମହଲା ଘରେ ଲାଗିଲା ନିଆଁ । ରୋଷେଇ କରୁଥିବା ବେଳେ…