ଆଞ୍ଚଳିକ ତାଳ ଟାକୁଆ ଓ କୁରୁଟରେ ଚତୁର୍ଦ୍ଧାମୁରତି Angul OnlineJuly 9, 2022July 9, 2022 ଅନୁଗୁଳ – ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଉପଲକ୍ଷେ ତାଳ ଟାକୁଆ ଓ କୁରୁଟରେ ଚତୁର୍ଦ୍ଧାମୁରତିଙ୍କ ଚିତ୍ର ଆଙ୍କିଲେ ଅନୁଗୁଳର ଚିତ୍ରଶିଳ୍ପୀ ରଜତ । ସୂଚନା ଅନୁସାରେ ଅନୁଗୁଳ ବଅଁରପାଳ ବ୍ଲକ ଅନ୍ତର୍ଗତ ଗାଙ୍ଗିଯୋଡ଼ି ଗ୍ରାମର ଚିତ୍ରଶିଳ୍ପୀ ରଜତ ରଞ୍ଜନ ନାଥ ବିଭିନ୍ନ ପ୍ରକାରର ଜିନିଷରେ ସବୁବେଳେ ଜଗନ୍ନାଥଙ୍କ ଚିତ୍ର ଆଙ୍କି ବେଶ ପ୍ରଶଂସିତ ହୋଇଥାନ୍ତି । କିଛିଦିନ ତଳେ ହିମାଚଳ ପ୍ରଦେଶର ଯମୁନା ପର୍ବତର ୬ ହଜାର ମିଟର ଉପରେ ଶ୍ରୀ ଜଗନ୍ନାଥ ଓ ବୁଢୀ ଠାକୁରାଣୀଙ୍କ ଚିତ୍ର ଆଙ୍କିବେଶ ପ୍ରଶଂସିତ ହୋଇଥିଲେ । ଆଜି ପୁଣି ବାହୁଡ଼ା ଯାତ୍ରା ଉପଲକ୍ଷେ ରଜତ ତାଳ ଟାକୁଆ ଓ ତାଳର କୁରୁଟ ଓ ବିଭିନ୍ନ ରଙ୍ଗ ସଂଗ୍ରହ କରି ପ୍ରଭୁ ଜଗନ୍ନାଥଙ୍କ ଓ ବଳଭଦ୍ର ଓ ମା ସୁଭଦ୍ରାଙ୍କ ଚିତ୍ର ଆଙ୍କିଛନ୍ତି । ଯାହାକୁ ବେଶ ପ୍ରଶଂସା କରୁଛନ୍ତି ଲୋକ । Advertisement
ଜେଏସପି ପରିଚାଳନା ନିର୍ଦ୍ଦେଶକଙ୍କ ସିଏସଆର କାର୍ଯ୍ୟ ପରିଦର୍ଶନ ଭୁବନେଶ୍ବର – ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିମଲେନ୍ଦ୍ର ଝା, ଜେଏସପି ଫାଉଣ୍ଡେସନ ଦ୍ଵାରା ଅନୁଗୁଳରେ କାର୍ଯ୍ୟକରି ହେଉଥିବା କମ୍ପାନୀର…
ପ୍ରତିଭା ସମ୍ମାନ ଉତ୍ସବ – ସମ୍ମାନୀତ ହେଲେ ୧୦୦ରୁ ଉର୍ଦ୍ଧ୍ବ ପ୍ରତିଭା ଅନୁଗୁଳ – ଅନୁଗୁଳ ଜିଲ୍ଲାର ଆମ ପ୍ରତିଭା ଆମ ସ୍ବାଭିମାନର ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠାନ ତରଫରୁ ପ୍ରଥମେ ଓଡ଼ିଶାର ମୁଖ୍ୟମନ୍ତ୍ରୀ…
ଜିଲ୍ଲା ମାନ୍ୟତା ଦାବିରେ ଦାବିପତ୍ର ଅନୁଗୁଳ – ତାଳଚେରକୁ ଜିଲ୍ଲା ମାନ୍ୟତା ଦାବି । ତାଳଚେର ସୁରକ୍ଷା ମଞ୍ଚ ପକ୍ଷରୁ ଏହି ଦାବି କରି ଆଜି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟେଶରେ ଜିଲ୍ଲାପାଳଙ୍କୁ…