ଅପରାଧ ୪୨ ଗ୍ରାମ ବ୍ରାଉନ ସୁଗାର ଜବତ , ଜଣେ ଗିରଫ Angul OnlineJuly 20, 2022July 20, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା କୋଳିୟାରୀ ଥାନା ଦେଉଳବେଡା କଲୋନୀ ଅଞ୍ଚଳରୁ ପୁଲିସ ବ୍ରାଉନ ସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଯୁବକ ଜଣଙ୍କ ହେଲେ ଦେଉଳବେଡ଼ା କଲୋନୀର ଜିତେନ୍ଦ୍ର ସାମଲ । ତାଙ୍କ ନିକଟରୁ ୪୨ ଗ୍ରାମର ବ୍ରାଉନ ସୁଗାର ଜବତ ହୋଇଥିବା ପୁଲିସ ସୂଚନା ଦେଇଛି । ସୂଚନା ଅନୁସାରେ , ମଙ୍ଗଳବାର ସନ୍ଧ୍ୟାରେ କୋଲିୟରୀ ଥାନାର ଏସଆଇ ବିକାଶ ଗିରି ଏକ ବିଶ୍ଵସ୍ତ ସୁତ୍ରରୁ ବ୍ରାଉନ ସୁଗାର ବ୍ୟବସାୟ ଚାଲିଥିବା ନେଇ ଖବର ପାଇଥିଲେ । ଏହାପରେ ସେ ସଦଳବଳ ନେଇ ଦେଉଳବେଢା କଲୋନି ନିକଟରେ ଥିବା ବାଦୀ ପଡିଆରେ ଚଢ଼ାଉ କରିଥିଲେ । ଚଢାଉ ସମୟରେ ଜିତେନ୍ଦ୍ର ବ୍ୟବସାୟ ପାଇଁ ବ୍ରାଉନ ସୁଗାର ରଖିଥିବା ଜଣା ପଡିଥିଲା । ତାକୁ ଯାଞ୍ଚ ବେଳେ ତା ନିକଟରୁ ୪୨ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଥିଲା । ଏହି ଘଟଣାରେ ଜିତେନ୍ଦ୍ରକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । Advertisement
ଖୁଡୀ ଓ ଝିଆରୀଙ୍କୁ ଛୁରୀ ଲଗାଇ ଟଙ୍କା, ସୁନା ଲୁଟ ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଗଡସନ୍ତ୍ରୀ ପଞ୍ଚାୟତର ଭାଗବତପୁର ଗ୍ରାମରେ ରାତିରେ ଘରେ ପଶି ଖୁଡୀ ଓ ଝିଆରୀଙ୍କୁ ଛୁରୀ ଲଗାଇ ଟଙ୍କା, ସୁନା…
ଚୋରି କରିବାକୁ ଯାଇ ଧରା ପଡିଗଲା ଚୋର ଅନୁଗୁଳ – ଅନୁଗୁଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ନିକଟରେ ଥିବା ଅକ୍ଷୟ କୁମାର ମହାପାତ୍ରଙ୍କ ଘରେ ଚୋରି କରିବାକୁ ଜଣେ…
ପୂଜା ପୁର୍ବରୁ ପୁଲିସକୁ ବଡ ସଫଳତା – ଆଠ ଜଣିଆ ଲୁଟେରା ଗ୍ଯାଙ୍ଗ ଗିରଫ ଅନୁଗୁଳ – (ଅନୁଗୁଳ ଅନଲାଇନ) – ୧୯/୦୯ – ପାର୍ବଣ ଋତୁ ପୂର୍ବରୁ ଅନୁଗୁଳ ପୁଲିସକୁ ବଡ ସଫଳତା ମିଳିଛି । ମାସେ ଭିତରେ ୧୦ ରୁ…