ମୁଖ୍ୟ ଖବର ବଜ୍ରପାତରେ ଜଣେ ମୃତ ଜଣେ ଗୁରୁତର Angul OnlineSeptember 18, 2022September 18, 2022 ଅନୁଗୁଳ – ଅନୁଗୁଳ ଜିଲ୍ଲା ବଲଙ୍ଗ ଗାଁରେ ବଜ୍ରପାତ ଯୋଗୁଁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣଙ୍କ ହେଲେ ୫୫ ବର୍ଷୀୟ ପ୍ରଭାକର ଦେହୁରୀ ଓ ଗୁରୁତର ଜଣଙ୍କ ୫୨ ବର୍ଷୀୟ ଦେବରାଜ ଦେହୁରୀ ବୋଲି ଜଣା ପଡିଛି । ସୂଚନା ଅନୁସାରେ ପ୍ରଭାକର ଏବଂ ଦେବରାଜ ଉଭୟ ଗୋରୁ ଚରାଇ ଅପରାହ୍ନରେ ଘରକୁ ଫେରୁଥିଲେ । ଗାଁ ମୁଣ୍ଡ ଯାଏଁ ହୋଇଥିବା ବେଳେ ବଜ୍ରପାତ ହୋଇଥିଲା । ଫଳରେ ଘଟଣା ସ୍ଥଳରେ ପ୍ରଭାକରଙ୍କ ମୃତ୍ୟୁ ହୋଇଥିବା ବେଳେ ଦେବରାଜ ଗୁରୁତର ଅବସ୍ଥାରେ ପଡି ଯାଇଥିଲେ । ଉଭୟଙ୍କୁ ଉଦ୍ଧାର କରି ଗାଁ ଲୋକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ଏବେ ମଧ୍ୟ ଦେବରାଜଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବା ଜଣା ପଡିଛି । Advertisement
ବଦଳିଲେ ଏସଡ଼ିପିଓ – ପରକ୍ରିୟା ସମ୍ପର୍କ ଅଭିଯୋଗ ଆଣିଥିଲେ ପତ୍ନୀ ଅନୁଗୁଳ – ଅନୁଗୁଳ ଏସଡ଼ିପିଓ ଅଶ୍ବିନୀ କୁମାର ସାହୁଙ୍କ ବଦଳି ହୋଇଛି । ଏସଡ଼ିପିଓ ଅଶ୍ଵିନୀଙ୍କୁ କଟକ ପିସିଆର ସେଲକୁ ବଦଳି କରା ଯାଇଛି । ଅଶ୍ଵନୀ…
ଟ୍ରକ – ପିକଅପ ମୁହାଁମୁହିଁ ଧକ୍କା – ଜଣେ ମୃତ ,ଜଣେ ଗୁରୁତର ଛେଣ୍ଡିପଦା – ଅନୁଗୁଳ-ସମ୍ବଲପୁର ୫୫ ନଂ ଜାତୀୟ ରାଜପଥର ଜରପଡା ଥାନା ଅନ୍ତର୍ଗତ ଲକ୍ଷ୍ମିଧରପୁର ନିକଟରେ ଏକ ଟ୍ରକ ଓ ପିକଅପ ଭ୍ୟାନ ମୁହାଁମୁହିଁ ଧକ୍କା ହେବା…
ଗତିଶୀଳ ଆଲୋକ କଣ !!! ଅନୁଗୁଳ – ଆଜି ସନ୍ଧ୍ୟା ସମୟରେ ଓଡ଼ିଶା ଆକାଶରେ ଏକ ଧୂମକେତୁ ସଦୃଶ ଗତିଶୀଳ ଆଲୋକ ଦୃଶ୍ୟମାନ ହୋଇଥିଲା । ଯାହାକୁ ନେଇ ଲୋକମାନଙ୍କ ମନରେ ବିଭିନ୍ନ…