ମୁଖ୍ୟ ଖବର ବଦଳିଲେ ନିର୍ବାହୀ ଅଧିକାରିଣୀ Angul OnlineSeptember 21, 2022September 21, 2022 ତାଳଚେର – ଅନୁଗୁଳ ଜିଲ୍ଲା ତାଳଚେର ପୌରପାଳିକାର ନିର୍ବାହୀ ଅଧିକାରିଣୀ ରଶ୍ମି ରେଖା ଅମାନ୍ତଙ୍କର ବଦଳି ହୋଇଛି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ହୋଇଥିବା ଚିଠି ଅନୁସାରେ ରଶ୍ମି ରେଖା ଅମାନ୍ତଙ୍କୁ ତାଳଚେରରୁ ବଦଳି କରା ଯାଇ ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକା ନିର୍ବାହୀ ଅଧିକାରୀ ଭାବେ ଯୋଗ ଦେବାକୁ ନିର୍ଦେଶ ଦିଆ ଯାଇଛି । ତେବେ ବର୍ତ୍ତମାନ ତାଳଚେର ପୌରପାଳିକା ନିର୍ବାହୀ ଅଧିକାରୀ ଭାବେ କାହାକୁ ଦାୟିତ୍ୱ ଦିଆ ଯାଇ ନାହିଁ । ଏଠାରେ ସୂଚନା ଯୋଗ୍ୟ ଯେ କୋଭିଡ ମହାମାରୀ ସମୟରେ ରଶ୍ମି ରେଖା ତାଳଚେର ପୌରପାଳିକାରେ ଯୋଗ ଦେଇ ବେଶ ପ୍ରଶଂସନୀୟ କାର୍ଯ୍ୟ କରିଥିଲେ । ତେବେ ଗତ ପୌରପାଳିକାର ସ୍ୱାୟତ ଶାସନ ଦିବସରେ ବିଜେଡିର କାଉନସିଲର ମାନେ ଅନୁପସ୍ଥିତ ରହିବା ସହ ତାଙ୍କୁ ନିର୍ବାହୀ ଅଧିକାରିଣୀ ଅବହେଳା କରୁଥିବା କଥା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ । ଏହି ଘଟଣା ଜିଲ୍ଲାରେ ବେଶ ଚର୍ଚ୍ଚାର ବିଷୟ ପାଲଟିଥିଲା । Advertisement
ପୂର୍ବତନ ମନ୍ତ୍ରୀ ଦେବରାଜ ସାହୁଙ୍କ ପରଲୋକ ଅନୁଗୁଳ – ପୂର୍ବତନ ଡେପୁଟି ମିନିଷ୍ଟର ହୋମ ତଥା ଅନୁଗୁଳର ପୂର୍ବତନ ବିଧାୟକ ଦେବରାଜ ସାହୁଙ୍କ ପରଲୋକ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫…
ଜି.ଏମ୍.ଡି.ସି. ବିରୁଦ୍ଧରେ ଗର୍ଜିଲେ ଲୋକ ଅନୁଗୁଳ – ଅନୁଗୁଳ ଜିଲ୍ଲାର ଛେଣ୍ଡିପଦା ଠାରେ ହେବାକୁ ଥିବା ଓପନ କାଷ୍ଟ୍ କୋଇଲା ଖଣିକୁ ଛେଣ୍ଡିପଦା ଅଞ୍ଚଳ ବାସୀ ପ୍ରବଳ ବିରୋଧ କରିଛନ୍ତି । କିଛି…
ଗୋଟିଏ ଦିନରେ ରାଜପଥ ନେଲା ଚାରି ଜୀବନ ଅନୁଗୁଳ – ଅନୁଗୁଳ ଜିଲ୍ଲାର ଭିନ୍ନଭିନ୍ନ ସ୍ଥାନରେ ସଡକ ଦୁର୍ଘଟଣାରେ ଚାରି ଜଣଙ୍କ ଜୀବନ ଯାଇଛି । ଏହି ଚାରି ଜଣଙ୍କ ମଧ୍ୟରୁ ଜାତୀୟ ରାଜପଥ ୫…